www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟର ବିଦ୍ୟୁତ୍‍ ବିତରଣ କମ୍ପାନିକୁ କେନ୍ଦ୍ରର ୮୪ କୋଟି ରିହାତି

ଲକ୍‍ ଡ଼ାଉନ୍‍ ସମୟରେ ବିଦ୍ୟୁତ୍‍ କିଣିବା ପାଇଁ ଓଡ଼ିଶାର ବିଦ୍ୟୁତ୍‍ ବିତରଣ କମ୍ପାନି (ଡ଼ିସକମ) ଗୁଡ଼ିକୁ ଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଦ୍ୱାରା ଦିଆଯାଇଥିବା ୮୪ କୋଟି ଟଙ୍କାର ରିହାତି ଫଳରେ ରାଜ୍ୟରେ ବିଦ୍ୟୁତ୍‍ ବ୍ୟବହାର କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଲାଘବ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏଥି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂହଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।

- Advertisement -

ଶ୍ରୀ ପ୍ରଧାନ କହିଛନ୍ତି ରାଜ୍ୟର ବିଦ୍ୟୁତ୍‍ ବିତରଣ କମ୍ପାନି ଗୁଡ଼ିକୁ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧୀନରେ ଥିବା ଏନଏଚପିସି ପକ୍ଷରୁ ୩.୭୮ କୋଟି, ଏନଟିପିସି ପକ୍ଷରୁ ୫୬.୮ କୋଟି ଏବଂ ପିଜିସିଆଇଏଲ ପକ୍ଷରୁ ୨୪.୩୫ କୋଟି ରିହାତି ଦିଆଯାଇଛି। କରୋନା ସମୟରେ ଉପଭୋକ୍ତାମାନଙ୍କ ପାଇଁ ନିରନ୍ତର ବିଦ୍ୟୁତ୍‍ ସରବରାହ ହୋଇପାରିବା ଲକ୍ଷ୍ୟରେ ଏହି ଆର୍ଥିକ ରିହାତି ଦିଆଯାଇ ଥିବା ସେ କହିଛନ୍ତି।

ସେ କହିଛନ୍ତି, ଓଡ଼ିଶାରେ କରୋନା ଦ୍ୱାରା ପ୍ରଭାବିତ ଶକ୍ତି କ୍ଷେତ୍ର ଏବଂ ବିଦ୍ୟୁତ୍‍ ବିତରଣ କମ୍ପାନିକୁ ସହାୟତା ପ୍ରଦାନ କରିବା ପାଇଁ ଦୃଢ଼ ପଦକ୍ଷେପ ନେବା ସହ ମୋଦୀ ସରକାର ନିରନ୍ତର ସହଯୋଗ ଦେଉଛନ୍ତି। ଏହା ଫଳରେ ବିଦ୍ୟୁତ୍‍ ଉତ୍ପାଦନ ଓ ସରବରାହ କମ୍ପାନୀଗୁଡିକ ପକ୍ଷରୁ ଦିଆଯାଇଥିବା ରିହାତି ଦ୍ୱାରା ଅନ୍ତଃରାଜ୍ୟ ବିଦ୍ୟୁତ୍‍ ସରବରାହ ଚାର୍ଜ ଏବଂ ବିଦ୍ୟୁତ ଚାର୍ଜର ରିହାତି ଉପଭୋକ୍ତାଙ୍କ ପାଖରେ ପହଞ୍ଚି ପାରିବ। ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ବିଦ୍ୟୁତ୍‍ ଉପଭୋକ୍ତାମାନେ ଅଧିକ ଉପକୃତ ହୋଇପାରିବେ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶାକୁ ନିରନ୍ତର ବିଦ୍ୟୁତ୍‍ ଯୋଗାଣ ଏବଂ ଶିଳ୍ପ, ବ୍ୟବସାୟିକ ଏବଂ ଘରୋଇ ଗ୍ରାହକଙ୍କ ଦ୍ୱାରା ହେଉଥିବା ଅତିରିକ୍ତ ବିଦ୍ୟୁତ୍‍ ଶକ୍ତିର ଚାହିଦାକୁ ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଏହାର ଫଳସ୍ୱରୂପ ଓଡିଶାର ଅର୍ଥନୀତିରେ ଅଭିବୃଦ୍ଧି ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories