www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ସେ ଅସୁସ୍ଥ ହୋଇ ଜୁନ ୨୫ତାରିଖରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ହୃଦଘାତରେ ଦିଲ୍ଲୀ ଆର୍ମି ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ସେ ରାଜ୍ୟସଭାରୁ ୫ ଥର ଓ ଲୋକସଭାରୁ ୪ ଥର ନିର୍ବାଚିତ ହୋଇଥିଲେ। ଯଶୱନ୍ତ ସିଂ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ପ୍ରତିରକ୍ଷା, ବୈଦେଶିକ ବ୍ୟାପାର ଓ ଅର୍ଥମନ୍ତ୍ରୀ ଭଳି ବହୁ ଗୁରତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳି ଥିଲେ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସେ ଦେଶ ପାଇଁ ନିଷ୍ଠାପର ଭାବେ କାମ କରିଥିଲେ। ସୈନିକ ଓ ରାଜନେତା ଭାବେ ଦେଶ ସେବା କରିଥିଲେ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।

- Advertisement -

ଦେଶ ପାଇଁ ତାଙ୍କର ଅତୁଳନୀୟ ଅବଦାନ ଚିର ସ୍ମରଣୀୟ ରହିବ ବୋଲି ରାଜନାଥ ସିଂ ଟ୍ୱିଟ‌ କରି କହିଛନ୍ତି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories