www.samajalive.in
Saturday, December 13, 2025
21.1 C
Bhubaneswar

ଟସ୍ ଜିତି ମୁମ୍ବଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

ଦୁବାଇ : ଆଇପିଏଲ ୧୩ତମ ସଂସ୍କରଣର ୧୦ତମ ମ୍ୟାଚ ସୋମବାର ଦୁବାଇର ଡିସିଏ ଷ୍ଟାଡ଼ିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ମୁମ୍ବଇ ଇଣ୍ଡିଆନ୍ସ ମଧ୍ୟରେ ଆରମ୍ଭ ହୋଇଛି। ଆଜିର ମ୍ୟାଚରେ ମୁମ୍ବଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଉଭୟ ଦଳରେ ଏକାଧିକ ବିସ୍ଫୋରକ ବ୍ୟାଟ୍ସମ୍ୟାନ ରହିଥିବାରୁ କ୍ରିକେଟପ୍ରେମୀ ଏକ ହାଇ ସ୍କୋରିଂ ମ୍ୟାଚ ଦେଖିବାର ଆଶା ରଖିଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ବାଧୀନ ଡିଫେଣ୍ଡିଂ ଚମ୍ପିଆନ ମୁମ୍ବଇ ଇଣ୍ଡିଆନ୍ସ ୨ଟି ମ୍ୟାଚରୁ ଗୋଟିଏ ବିଜୟ ଓ ଗୋଟିଏ ପରାଜୟ ସହ ୨ ପଏଣ୍ଟ ହାସଲ କରିଛି। ଅନ୍ୟପକ୍ଷରେ ଆରସିବି ଟୁର୍ଣ୍ଣାମେଣ୍ଟକୁ ବିଜୟ ସହ ଆରମ୍ଭ କରିଥିଲା । କିନ୍ତୁ କିଙ୍ଗସ୍ ଏକାଦଶ ପଞ୍ଜାବ ବିପକ୍ଷରେ ଆରସିବିର ବ୍ୟାଟିଂ ଫେଲ୍ ମାରିଥିଲା । ଦଳକୁ ୯୭ ରନ୍‌ରେ ପରାସ୍ତ ହେବାକୁ ପଡିଥିଲା ।

- Advertisement -

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories