www.samajalive.in
Monday, December 8, 2025
14.1 C
Bhubaneswar

ଦିଲ୍ଲୀ କ୍ୟାପିଟାଲ୍‌ସକୁ ୧୫ ରନରେ ହରାଇଲା ସନ୍‌ରାଇଜର୍ସ ହାଇଦରାବାଦ

ଆବୁଧାବି : ଆଇପିଏଲ୍‌ର ମଙ୍ଗଳବାର ସନ୍‌ରାଇଜର୍ସ ହାଇଦରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମଧ୍ୟରେ ଖେଳାଯାଇ ଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍‌ସକୁ ୧୫ ରନରେ ପରାସ୍ତ କରିଛି ସନ୍‌ରାଇଜର୍ସ ହାଇଦରାବାଦ। ଆଜିର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ସନରାଇଜର୍ସ ହାଇଦରାବାଦ ପ୍ରଥମେ ବ୍ୟାଟିଂ କରି ୧୬୨ ରନ ସଂଗ୍ରହ କରିଥିଲା। ଜୋନି ବେୟାରଷ୍ଟୋଙ୍କ ୫୩, ଡେଭିଡ ଓ୍ଵାର୍ଣ୍ଣରଙ୍କ ୪୫ ଓ କେନ ଓ୍ଵିଲିୟମସନଙ୍କ ଦ୍ରୁତ ୪୧ ରନ ବଳରେ ନିର୍ଦ୍ଧାରିତ ଓଭରରେ ୪ ଓ୍ଵିକେଟ୍ ହରାଇ ହାଇଦରାବାଦ ୧୬୨ ରନ କରିଥିଲା।

୧୬୩ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା ଦିଲ୍ଲୀ ୨୦ଓଭରରେ ୭ ଓ୍ୱିକେଟ୍ ହରାଇ ୧୪୭ ରନ କରିବାରେ ସକ୍ଷମ ହୋଇଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories