www.samajalive.in
Monday, December 8, 2025
20.1 C
Bhubaneswar

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପଞ୍ଚାୟତର ନିର୍ବାହୀ ଅଧିକାରୀ

ଆବାସ ଯୋଜନାରେ ବିଲ୍ ପାସ ନିମନ୍ତେ ଲାଞ୍ଚ ନେବାବେଳେ ଧରା ପଡ଼ିଛନ୍ତି କିଶୋର ନଗର ବ୍ଲକ୍ର ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିର୍ଭୟ ପ୍ରଧାନ । ତାଙ୍କ ନିକଟରୁ ଭିଜିଲାନ୍ସ ୧୦ ହଜାର ଟଙ୍କା ଜବତ କରିଛି । ପରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ଭିଜିଲାନ୍ସ ପକ୍ଷରୁ ମିଳିଥିବା ଅନୁଯାୟୀ ନିମିତ୍ରୀ ଗାଁର ଜୟନ୍ତ ବିଶ୍ବାଳ ନାମକ ଜଣେ ବ୍ୟକ୍ତି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ନିର୍ମାଣ କରିଥିଲେ । ଏହି ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ବିଲ ପ୍ରଦାନ ପାଇଁ ନିର୍ବାହୀ ଅଧିକାରୀ ନିର୍ଭୟ ପ୍ରଧାନ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏଥିପାଇଁ ଜୟନ୍ତ ବିଶ୍ବାଳ କଟକ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ।
ନିର୍ଭୟ ପ୍ରଧାନ ତାଙ୍କ ଘରେ ଥିବା ବେଳେ ଜୟନ୍ତ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦେଇଥିଲେ । ସେହି ସମୟରେ ଭିଜିଲାନ୍ସ ତାଙ୍କୁ କାବୁ କରି ନେଇଥିଲା ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories