www.samajalive.in
Wednesday, December 10, 2025
16.1 C
Bhubaneswar

ଭିଡିଓ କନଫରେନ୍ସିଂରେ ମାମଲାର ଶୁଣାଣି; ହାଇକୋର୍ଟ ପକ୍ଷରୁ ସାନି ବିଜ୍ଞପ୍ତି

କଟକ : ପୂର୍ବଭଳି ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ କଟକଣା ଭିତରେ କାର୍ଯ୍ୟ କରିବ। କରୋନା ଭୂତାଣୁ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ଏ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ କୋର୍ଟ କାର୍ଯ୍ୟ ନେଇ ଅଗଷ୍ଟ ୨୧ରେ ଜାରି କରାଯାଇଥିବା ନିର୍ଦେଶନାମା ଏହି ଅବଧି ପାଇଁ ବଳବତ୍ତର ରହିବ ବୋଲି ଆଜି ହାଇକୋର୍ଟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଫଳରେ ପୂର୍ବଭଳି ଭିଡିଓ କନଫରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ମାମଲା ଶୁଣାଣି ଜାରି ରହିବ। ମାମଲା ଶୁାଣାଣି ପାଇଁ ତାଲିକାଭୁକ୍ତ ପ୍ରସଂଗରେ ଜରୁରୀ ସଂପର୍କିତ ସୂଚନା ଥିବା ମେମୋ ଇ-ଫାଇଲିଂ ମୋଡ୍/ଇ-ମେଲ୍/ଡ୍ରପ୍ ବକ୍ସ ମାଧ୍ୟମରେ ଡେପୁଟି ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ନିକଟରେ ଆଗୁଆ ଦାଖଲ ହେବ ଓ ଏ ନେଇ ଆଗୁଆ ପ୍ରତିପକ୍ଷଙ୍କୁ ଅବଗତ କରାଯିବ ବୋଲି ପୂର୍ବରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା। ଆଇନଜୀବୀ‌ ଓ ପକ୍ଷମାନେ ଘ‌ରୁ କିମ୍ବା କାର୍ଯ୍ୟାଳୟରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣିରେ ଅଂଶ ଗ୍ରହଣ କରିବେ। ଯଦି ଶୁଣାଣି ସମୟରେ ଆଇନଜୀବୀ ଅନୁପସ୍ଥିତ ରୁହନ୍ତି ତେବେ ମାମଲାରେ କୌଣସି ପ୍ରତିକୂଳ ନିର୍ଦେଶ ପ୍ରଦାନ କରାଯିବ ନାହିଁ। ହାଇକୋର୍ଟ ପରିସରରେ ମାମଲା ଶୁଣାଣିରେ ଅଂଶ ଗ୍ରହଣ ପାଇଁ କୌଣସି ବ୍ୟବସ୍ଥା ରହିବ ନାହିଁ। ଏଥି ସହିତ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ) ଓ ଟ୍ରିବୁନାଲର କୋର୍ଟ କାର୍ଯ୍ୟ ନେଇ ହାଇକୋର୍ଟ ପକ୍ଷରୁ ସାନି ନିର୍ଦେଶନାମା ଜାରି କରାଯାଇଛି। ପୂର୍ବର ୨୧.୮.୨୦୨୦ ନିର୍ଦେଶନାମା ଅନୁସାରେ ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତଗୁଡିକ କାର୍ଯ୍ୟ ଜାରି ରହିବ। ଅକ୍ଟୋବର ମାସର କାର୍ଯ୍ୟ ଦିବସ ଥିବା ସମସ୍ତ ଶିନିବାର ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ, ରାଜ୍ୟର ସମସ୍ତ ସବ୍‌ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories