ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଆଶଙ୍କା, ପ୍ରସ୍ତୁତ ରହିବା ପାଇଁ ଜିଲାପାଳମାନଙ୍କୁ ନିର୍ଦେଶ ଦେଲେ ରାଜ୍ୟ ସରକାର

0

ଭୁବନେଶ୍ୱର/ କଟକ:   ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲାମାନଙ୍କରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୧୯  ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ ବିଭିନ୍ନ ନଦୀମାନଙ୍କରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଥି ଯୋଗୁଁ ରାଜ୍ୟ ସରକାର ସତର୍କ ସୂଚନା ଜାରି କରିଛନ୍ତି । ସବୁ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି ନିର୍ଦେଶ ଦେଇଛନ୍ତି ।

ମଙ୍ଗଳବାରରେ ସମ୍ବଲପୁର, ଯାଜପୁର, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ପୁରୀ ଖୋର୍ଦ୍ଧା, ନୟାଗଡ ସହ କିଛି ଉପକୂଳ ବର୍ତ୍ତୀ ଅଞ୍ଚଳରେ ବର୍ଷା ହୋଇ ପାରେ ।

Leave A Reply