www.samajalive.in
Monday, December 15, 2025
15.1 C
Bhubaneswar

ମଙ୍ଗଳବାର ରାଶିଫଳ (୦୬-୧୦-୨୦୨୦)

ମେଷ: ବିଶ୍ରାମ ନେବାକୁ ଇଚ୍ଛା ପ୍ରକାଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ଶାନ୍ତିପ୍ରିୟ ହେବେ। ସହିବା ଗୁଣ ଓ ନିରୀହ ସ୍ୱଭାବର ହେବେ। ଧନାଗମର ସୂଚନା ମିଳୁଛି। ମିତ୍ର ସୁଖ ମିଳିବ।

ବୃଷ: ଆନନ୍ଦ-ଉତ୍ସବରେ ସମୟ ଅତିବାହିତ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ବୀରତ୍ୱ ପ୍ରତିପାଦନ କରିବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଧନ-ସମ୍ପଦ ଭରପୂର ରହିବ।

- Advertisement -

ମିଥୁନ: କାର୍ଯ୍ୟରେ ବିଘ୍ନ ଉପୁଜିପାରେ। କର୍ମଚଞ୍ଚଳ ରହିବେ। ସାହସୀ ଓ ଜ୍ଞାନୀ ହେବେ। ଧର୍ମକାର୍ଯ୍ୟରେ ଅଧିକ ବ୍ୟୟ କରିବାକୁ ପଛଘୁଞ୍ଚା ଦେବେ ନାହିଁ। ମଧୁର ସମ୍ଭାଷଣ ଦ୍ୱାରା ପରକୁ ଆପଣାର କରିବାର କଳା ଅଛି।

କର୍କଟ: ସୁଯୋଗର ଉପଯୋଗ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତ ହେବେ।

ସିଂହ: ସୁଖ-ସନ୍ତୋଷ ମିଳିବ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ।

କନ୍ୟା: ସେବା-ପୂଜାକୁ ପ୍ରାଧାନ୍ୟ ଦେଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା: ଧନକ୍ଷୟ ହେବାର ସମ୍ଭାବନା ଅଛି। କେବଳ ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ସ୍ୱାଭିମାନୀ ହୋଇପାରନ୍ତି। ଶତ୍ରୁ ଅଧିକ ହେଲେ ବି କିଛି ଅନିଷ୍ଟ ହେବ ନାହିଁ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

ବିଛା: ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ନିଜ କାର୍ଯ୍ୟ ପାଇଁ ଗର୍ବିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପ୍ରତ୍ୟେକ କାର୍ଯ୍ୟରେ ପତ୍ନୀଙ୍କ ସହଯୋଗ ମିିଳିବ। ବନ୍ଧୁ ସ୍ନେହୀ ହେବେ।

ଧନୁ: ଜନ ମଙ୍ଗଳ କାର୍ଯ୍ୟରେ ସଫଳତା ମିଳିବ। ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ବ୍ୟତୀତ ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁ ଦମନ କରି ମାନସିକ ଶାନ୍ତି ପାଇବେ।

ମକର: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ତେଜସ୍ୱୀ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

କୁମ୍ଭ: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମୀନ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ। ବିବାଦୀୟ ଘଟଣାରେ ବିଜୟୀ ହେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories