www.samajalive.in
Tuesday, December 9, 2025
26.1 C
Bhubaneswar

କବି ନିତ୍ୟାନନ୍ଦ ନାୟକଙ୍କୁ ଶାରଳା ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକଙ୍କୁ ୪୧ତମ ଶାରଳା ପୁରସ୍କାର ପ୍ରଦାନ କରାଯିବ। ଶ୍ରୀ ନାୟକ ତାଙ୍କ କବିତା ସଂକଳନ ‘ସେତେବେଳକୁ ନଥିବ’ ନିମନ୍ତେ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଏହି ପୁସ୍ତକଟି ୨୦୧୭ ମସିହାରେ କଟକ ଫ୍ରେଣ୍ଡସ ପବ୍ଲିଶର ଦ୍ୱାରା ପ୍ରକାଶିତ ହୋଇଥିଲା। ପୁରସ୍କାର ବାବଦରେ ଶ୍ରୀ ନାୟକଙ୍କୁ ୫ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ସେହିପରି ଇଲା ପଣ୍ଡା ସଙ୍ଗୀତ ସମ୍ମାନ ପାଇଁ ରଞ୍ଜିତ କୁମାର ନାଗ ଏବଂ ଇଲା ପଣ୍ଡା ଚିତ୍ରକଳା ସମ୍ମାନ ଲାଗି ଶ୍ୟାମସୁନ୍ଦର ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ପୁରସ୍କାର ସ୍ୱରୂପ ଉଭୟଙ୍କୁ ଦେଢ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

କୋଭିଡ କଟକଣାକୁ ଆଖିରେ ରଖି ଚଳିତ ବର୍ଷ ପୁରସ୍କାର ସମାରୋହ ଆୟୋଜନ କରାନଯାଇ ବ୍ୟକ୍ତିଗତ ଭାବେ ପ୍ରଦାନ କରାଯିବ। ପ୍ରକାଶ ଥାଉ କି, ଓଡିଶାର ବିଶିଷ୍ଟ ଶିଳ୍ପପତି ସ୍ୱର୍ଗତ ଡଃ ବଂଶୀଧର ପଣ୍ଡା ଏବଂ ସ୍ୱର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲସ୍ ଆଣ୍ଡ୍ ପବ୍ଳିକ୍ ଚାରିଟେବଲ୍ ଟ୍ରଷ୍ଟ୍ (ଇମ୍ପାକ୍ଟ୍) ଆନୁକୂଲ୍ୟରେ ୧୯୮୦ ମସିହାଠାରୁ ପ୍ରତିବର୍ଷ ପ୍ରଦାନ କରାଯାଇଆସୁଅଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories