www.samajalive.in
Monday, December 8, 2025
24.1 C
Bhubaneswar

ମୋଦୀଙ୍କ ‘ଜନ ଆନ୍ଦୋଳନ’- ଔଷଧ ନ ଆସିବା ଯାଏଁ ଢିଲା ନାହିଁ

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି , ଏହାକୁ ନେଇ ସଭିଁଙ୍କୁ ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଠାରୁ ଏକ ‘ଜନ ଆନ୍ଦୋଳନ’ ଆରମ୍ଭ କରିଛନ୍ତି। ମୋଦୀ ଟ୍ୱିଟ କରି କହିଛନ୍ତି , ଔଷଧ ନ ଆସିବା ପର୍ଯ୍ୟନ୍ତ ନିୟମରେ ଢିଲା ଦେବା ଉଚିତ ନୁହେଁ। ଆଗାମୀ ପର୍ବ ଓ ଥଣ୍ଡାପଗକୁ ଦୃଷ୍ଟିରେ ରଖି ଏହି ସଚେତନତା କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ସହ ମୋଦୀ ଆହୁରି କହିଛନ୍ତି, ଆସନ୍ତୁ କରୋନା ସହ ଲଢିବା ପାଇଁ ଏକଜୁଟ ହେବା, ମାସ୍କ ପିନ୍ଧିବା, ହାତକୁ ସଫା ରଖିବା, ସାମାଜିକ ଦୂରତା ଅବଲମ୍ବନ ସହ ପରସ୍ପର ମଧ୍ୟରେ ୬ ଫୁଟ ଦୂରତା ବଜାୟ ରଖିବା।

- Advertisement -

ସୂଚନା ଯୋଗ୍ୟ, ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫ ହଜାର ୫୨୬କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ୭୮,୫୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୧ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ମୋଟ କରୋନା ପଜିଟିଭ ସଂଖ୍ୟା ୬୮ ଲକ୍ଷ ୩୫ ହଜାର ୬୫୬ରେ ପହଞ୍ଚିଛି। ୯,୦୨,୪୨୫ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୮,୨୭,୭୦୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories