www.samajalive.in
Tuesday, December 9, 2025
16.1 C
Bhubaneswar

କରୋନା ମୁକାବିଲା ଜନ ଆନ୍ଦୋଳନରେ ସାମିଲ ହେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିବେଦନ

କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଗୁରୁବାର ଶୁଭାରମ୍ଭ ହୋଇଥିବା ଜନ ଆନ୍ଦୋଳନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜେ ସାମିଲ ହୋଇ ଓଡ଼ିଶାବାସୀଙ୍କୁ ଏହି ଜନ ଆନ୍ଦୋଳନରେ ସାମିଲ ହେବାକୁ ନିବେଦନ କରିଛନ୍ତି। ମାସ୍କକୁ ସଠିକ୍‍ ଭାବରେ ପିନ୍ଧିବା, ସର୍ବସାଧାରଣ ସ୍ଥାନରେ ଦୁଇ ମିଟର ସାମାଜିକ ଦୂରତା ରଖିବା ଏବଂ
ହାତକୁ ସଫା ରଖିବା ପାଇଁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଆଗାମୀ ପର୍ବ ପର୍ବାଣୀ ସମୟରେ କରୋନା ମୁକାବିଲାରେ ଜନ ଭାଗିଦାରୀ ବଢାଇବା ଏବଂ କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଜନ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମୂଳ ଆହ୍ୱାନ, କରୋନା ଟୀକା ନଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କତା ଅବଲମ୍ବନ କରିବାର ଆବଶ୍ୟକତା ରହିଛି।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆହ୍ୱାନରେ ସମସ୍ତେ ନିଜକୁ କରୋନାରୁ ସୁରକ୍ଷିତ ରଖିବା ପାଇଁ ସଂକଳ୍ପ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ପାଳନ କଲେ ଏହି କରୋନା ଯୁଦ୍ଧରେ ସମସ୍ତେ ବିଜୟୀ ହୋଇପାରିବା ବୋଲି ସେ କହଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories