www.samajalive.in
Friday, December 5, 2025
27.1 C
Bhubaneswar

ରାଜ୍ୟର ଓମଫେଡ୍‍ ଦୁଗ୍ଧ ଚାଷୀଙ୍କୁ ଋଣ ପ୍ରସଙ୍ଗ, କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର

ଓଡିଶାର ଓମଫେଡ୍‍ ଦୁଗ୍ଧ ଚାଷୀଙ୍କ ପାଇଁ କିଷାନ କ୍ରେଡିଟ୍‍ କାର୍ଡ ମାଧ୍ୟମରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ମାମଲାରେ ବ୍ୟକ୍ତିଗତ ହସ୍ତକ୍ଷେପ କରି ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପତ୍ର ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଶ୍ରୀ ପ୍ରଧାନ ପତ୍ରରେ ଜଗତସଂହପୁର ଜିଲ୍ଲା ତିର୍ତୋଲ ବ୍ଲକ ଖଣ୍ଡାସାହି ଗ୍ରାମର ଦୁଗ୍ଧ ଚାଷୀ ଧ୍ରୁବ ଚରଣ ପରିଡାଙ୍କ ଏକ ଅଭିଯୋଗ ପତ୍ରକୁ ସଲଗ୍ନ କରି ଉଲ୍ଲେଖ କରିଛନ୍ତି ଯେ ବ୍ୟାଙ୍କ୍‍ ମାଧ୍ୟମରେ ଓମଫେଡ୍‍ ଦୁଗ୍ଧ ଚାଷୀମାନଙ୍କୁ କିଷାନ କ୍ରେଡିଟ୍‍ କାର୍ଡରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଥିବା ବ୍ୟବସ୍ଥା ଥିଲେ ମଧ୍ୟ କୌଣସି ବ୍ୟାଙ୍କ୍‍ ଋଣ ଦେବାକୁ ଇଚ୍ଛା ପ୍ରକାଶ କରୁନଥିବା ଅଭିଯୋଗ ହେଉଛି। ତେଣୁ ଏହି ମାମଲାରେ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରି ଉପଯୁକ୍ତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀ ପ୍ରଧାନ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ଧ୍ରୁବ ଚରଣ ପରିଡା ନାମ୍ନୀ ଜଣକ ଦୁଗ୍ଧ ଚାଷୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଲେଖିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ପତ୍ର ନମ୍ବର(ଏମ୦୧୦୦୭୧୫୧୨୦୨୦), ତା-୨୭.୦୭.୨୦୨୦ରେ ବ୍ୟାଙ୍କ ଜରିଆରେ ଓମଫେଡ୍‍ ଦୁଗ୍ଧ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର କିଷାନ କ୍ରେଡିଟ୍‍ କାର୍ଡ ଦେବାକୁ ନିର୍ଦ୍ଦେଶ ହୋଇଛି। କିନ୍ତୁ ବ୍ୟାଙ୍କଗୁଡିକ ଋଣ ଦେବା ପାଇଁ ଇଚ୍ଛା ପ୍ରକାଶ କରୁନାହାନ୍ତି। ଯେଉଁ କାରଣରୁ ଓମଫେଡ୍‍ ଚାଷୀମାନେ କୋଭିଡ୍‍-୧୯ ସମୟରେ ହଇରାଣ ହେଉଛନ୍ତି। ଏହା ଋଣ ବ୍ୟବସ୍ଥା ହୋଇପାରିଲେ ଜଗତସିଂହପୁରର ଅନେକ ଓମଫେଡ୍‍
ଦୁଗ୍ଧ ଚାଷୀ ଉପକୃତ ହୋଇପାରିବେ ବୋଲି ଧ୍ରୁବଚରଣ ପରିଡା ଅଭିଯୋଗ ପତ୍ରରେ ସେ ଉଲ୍ଲେଖ କରିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories