www.samajalive.in
Sunday, December 7, 2025
14.1 C
Bhubaneswar

ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଖାଆନ୍ତୁ ବ୍ରୋକୋଲି ,ରସୁଣ

ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ ଏହା ଆମ ଦୈନନ୍ଦିନ ଜୀବନ ଉପରେ ଖୁବ ପ୍ରଭାବ ପକାଇଥାଏ। ସ୍ୱାସ୍ଥ୍ୟର ଅବସ୍ଥା ଠିକ ନ ରହିଲେ କୌଣସି କାର୍ୟ୍ୟରେ ଆଗ୍ରହ ମଧ୍ୟ ଆସିନଥାଏ। ରୋଗ ପ୍ରତିରୋଧକ କ୍ଷମତା ଦୁର୍ବଳ ହେବା ଦ୍ୱାରା ବିଭିନ୍ନ ପ୍ରକାର ଜୀବାଣୁ ଓ ଭୂତାଣୁ ଶରୀରକୁ ଅତି ସହଜରେ ଆକ୍ରମଣ କରିଥାଆନ୍ତି। ଫଳରେ ଲୋକେ ବାରମ୍ବାର ରୋଗରେ ପଡ଼ନ୍ତି। ଜୀବାଣୁ ଓ ଭୂତାଣୁ ସହ ଲଢିବା ପାଇଁ ରୋଗ ପ୍ରତିରୋଧକ ଶକ୍ତି ଆମକୁ ସାହାଯ୍ୟ କରିଥାଏ। ତେଣୁ ଏହି ରୋଗ ପ୍ରତିରୋଧକ କ୍ଷମତାକୁ ସଠିକ ରଖିବା ନିହାତି ଆବଶ୍ୟକ । ସଠିକ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦେବା ଦ୍ୱାରା ଏହି ସମସ୍ୟା ଦୂର ହେବ। ଜାଣନ୍ତୁ କେଉଁ ଖାଦ୍ୟ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ କ୍ଷମତା ବଢେ…….
ବ୍ରୋକୋଲି –
ଏଥିରେ ଭିଟାମିନ ଏ ଓ ସି ସହ ଅନ୍ୟ ଆଣ୍ଟି ଅକ୍ସିଡ଼ାଣ୍ଟ ମଧ୍ୟ ରହିଛି। ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢାଇଥାଏ।
ରସୁଣ –
ରସୁଣରେ ପ୍ରଚୁର ପରିମାଣରେ ଆଣ୍ଟି ଅକ୍ସିଡ଼ାଣ୍ଟ ରହିଛି। ଏହା ଆମ ରୋଗ ପ୍ରତିରୋଧକ କ୍ଷମତାକୁ ମଜବୁତ କରିଥାଏ।
ପାଳଙ୍ଗ ଶାଗ –
ପାଳଙ୍ଗ ଶାଗରେ ଥିବା ପୋଷକ ତତ୍ତ୍ୱ ଶରୀରରେ ନୂତନ କୋଷିକା ବା ସେଲ ତିଆରି କରିଥାଏ। ଏଥିରେ ଫାଇବର , ଆଣ୍ଟି ଅକ୍ସିଡ଼ାଣ୍ଟ, ଭିଟାମିନ ସି , ଆଇରନ ରହିଛି। ଯାହା ଆମ ଶରୀରକୁ ସୁସ୍ଥ ରଖିଥାଏ।
ଛତୁ –
ଛତୁରେ ଥିବା ପୋଷକ ତତ୍ତ୍ୱ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ। । ଏହାକୁ ଖାଇବା ଦ୍ୱାରା ମଧ୍ୟ ଶରୀର ପାଇଁ ଲାଭଦାୟକ ଅଟେ।
ଏହି ସମସ୍ତ ଖାଦ୍ୟ ବ୍ୟତୀତ ରୋଗ ପ୍ରତିରୋଧକ କ୍ଷମତାକୁ ବଢାଇବା ପାଇଁ ଅନ୍ୟ କେତେକ ଦିଗ ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ ଅଟେ। ଜାଣନ୍ତୁ ତାହା କ’ଣ
ଠିକ ସମୟରେ ଶୁଅନ୍ତୁ।
ନିୟମିତ ବ୍ୟାୟାମ କରନ୍ତୁ।
ନିଶାଦ୍ରବ୍ୟର ସେବନ କରନ୍ତୁ ନାହିଁ।
ସବୁଜ ପନିପରିବା ଓ ଫଳ ଖାଆନ୍ତୁ।
କିଛି ସମୟ ସକାଳର ଖରାରେ ରୁହନ୍ତୁ।
ଡ଼ାକ୍ତରଙ୍କ ପରାମର୍ଶ ବିନା କୌଣସି ଔଷଧ ଖାଆନ୍ତୁ ନାହିଁ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories