www.samajalive.in
Monday, December 8, 2025
17.1 C
Bhubaneswar

ଦାଣ୍ଡମୁକୁନ୍ଦପୁରରେ ଉତ୍କଳମଣିଙ୍କ ଜୟନ୍ତୀ ପାଳିତ

ପିପିଲି : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ସ୍ଥିତ ବାସଗୃହକୁ ଜାତୀୟ ସ୍ମାରକୀର ମାନ୍ୟତା ପ୍ରଦାନ ପାଇଁ ଦାବି ହୋଇଛି । ଅଗ୍ରଣୀ ନାଗରିକ ସଂଗଠନ “ଜନସ୍ୱାର୍ଥ ସୁରକ୍ଷା ସମିତି’ ପକ୍ଷରୁ ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଠାରେ ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସରକାରଙ୍କ ଠାରେ ଏହି ଦାବି କରାଯାଇଛି ।

ଏହି ଅବସରରେ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ପରିସରରେ ଥିବା ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପ୍ରତ୍ୟୁଷରେ ମାଲ୍ୟାର୍ପଣ କରାଯାଇଥିଲା । ପରେ “ଜନସ୍ୱାର୍ଥ ସୁରକ୍ଷା ସମିତି’ର ମୁଖ୍ୟସଂଯୋଜକ ତଥା ଶିକ୍ଷାବିତ୍‍ ସନ୍ତୋଷ କୁମାର ମିଶ୍ରଙ୍କ  ସଭାପତିତ୍ୱରେ  ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ସମାଜସେବୀ ନବକିଶୋର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଗୋପବନ୍ଧୁଙ୍କ ସଂକ୍ଷିପ୍ତ ଜୀବନୀ ଉପରେ ଆଲୋକପାତ କରିଥିଲେ । ସମାଜସେବୀ ପ୍ରଭାତ କୁମାର ମହାପାତ୍ର, ଯୋଗଗୁରୁ ବଂଶୀଧର ସାହୁ, ରଣଜିତ ପଣ୍ଡା, ବଂଶୀଧର ଦାଶ, ଶିକ୍ଷାବିତ୍‍ ପ୍ରସନ୍ନ ଦାସ, ଚିତ୍ତରଞ୍ଜନ ସାହୁ, ପ୍ରଭାକର ସେଠୀ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ସଞ୍ଜୁକ୍ତାବାଳା ମହାପାତ୍ର, ଶିଶିର ମହାନ୍ତି, ପିପିଲି ସଚେତନ ନାଗରିକ ମଞ୍ଚର ଅଧ୍ୟକ୍ଷ ଆଡ୍‍ଭୋକେଟ୍‍ ସୁରେଶ କୁମାର ରଥ, ନାଟ୍ୟଗୁରୁ ସୁରେନ୍ଦ୍ର ପୁଷ୍ପାଳକ, କୃପାସିନ୍ଧୁ ଷଡଙ୍ଗୀ, ନବ ସାହୁ, ପିପିଲି ମହୋତ୍ସବ କମିଟିର ନୃସିଂହ ଚରଣ ସାହୁ ପ୍ରମୁଖ ଯୋଗଦେଇ ଗୋପବନ୍ଧୁଙ୍କ ଜୀବନୀର ତ୍ୟାଗ, ନିଷ୍ଠା, ସମାଜସେବା ଓ ସାମ୍ବାଦିକତା ଦିଗ ଉପରେ ଆଲୋକପାତ କରିଥିଲେ । ସମିତି ପକ୍ଷରୁ ଏହି ଅବସରରେ ଗୋପବନ୍ଧୁଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ସ୍ଥିତ ବାସଗୃହକୁ ଜାତୀୟ ସ୍ମାରକୀର ମାନ୍ୟତା ପ୍ରଦାନ କରାଯିବା, ଉତ୍କଳମଣିଙ୍କ ରଚିତ କବିତା ଗୁଡିକୁ ବିଭିନ୍ନ ଭାଷାରେ ଭାଷାନ୍ତର କରାଯାଇ ତାକୁ କଣ୍ଠଶିଳ୍ପୀଙ୍କ ଦ୍ୱାରା ରେକର୍ଡିଂ କରାଇ ପ୍ରଚାର ଓ ପ୍ରସାର କରାଯିବା ଆଦି ଦାବି ସମ୍ବଳିତ ଏକ ସ୍ମାରକପତ୍ରକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଂସ୍କୃତି ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପଠାଯାଇଥିଲା । ଏହି ଅବସରରେ ବିଦ୍ୟାଳୟ ପରିସର ଓ ସ୍ଥାନୀୟ ସଂସ୍କୃତି ଭବନ ନିକଟରେ ସାମୁହିକ ସଫେଇ କରାଯାଇଥିଲା ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories