www.samajalive.in
Wednesday, December 10, 2025
26.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ : ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଏକ ୱେଲ ମାର୍କଡ୍‍ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ପୂର୍ବ-କେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇ ରହିଛି। ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବ। ପରେ ଏହା ପଶ୍ଚିମ ଓ ଉତର-ପଶ୍ଚିମ ଦିଗରେ ଗତି କରି ୧୨ ତାରିଖ ସକାଳେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟ ପକ୍ଷରେ ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି।
ଏହି ଲଘୁଚାପ ପ୍ରଭାବରେ ରବିବାରଠାରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ପର୍ଯ୍ୟନ୍ତ ରାଜ୍ୟର ମାଲକାନଗିରି, ଗଜପତି, କୋରାପୁଟ, ରାୟଗଡା, ଗଞ୍ଜାମ, ପୁରୀ, ବରଗଡ଼, ସୁନ୍ଦରଗଡ଼,  ଜଗତସିଂହପୁର, ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାରେ ଘଡ଼ଘଡି ସାଙ୍ଗକୁ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ପୁରୀ ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେହିପରି ଆସନ୍ତା ୧୨ ତାରିଖରେ ରାଜ୍ୟର ଗଜପତି, ଗଞ୍ଜାମ, ରାୟଗଡ଼ା . ପୁରୀ , ଜଗତସିଂହପୁର ମାଲକାନଗିରିଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ  ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୧୩ ତାରିଖ ସୁଦ୍ଧା ଗଜପତି, ଗଞ୍ଜାମ, ରାୟଗଡ଼ା . ପୁରୀ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହିସବୁ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories