www.samajalive.in
Tuesday, December 9, 2025
16.1 C
Bhubaneswar

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ବର : ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରି ଏବେ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୩୦୦କିମି, ଆନ୍ଧ୍ରପ୍ରଦେଶର କାକିନଡ଼ାଠାରୁ ଦକ୍ଷିଣ ପୂର୍ବରେ ୩୫୦ କିମି ଏବଂ ନରସାପୁରଠାରୁ ପୂର୍ବ ଦକ୍ଷିଣ ପୂର୍ବରେ ୪୦୦କିମି ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ଏହା ତୀବ୍ର ଅବପାତରେ ପରିଣତ ହେବା ସହିତ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ନରସାପୁର ଓ ବିଶାଖାପାଟଣା ମଧ୍ୟରେ ଆସନ୍ତାକାଲି ରାତି ସୁଦ୍ଧା ଅତିକ୍ରମ କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆସନ୍ତାକାଲି ସକାଳ ସୁଦ୍ଧା ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା ଆସନ୍ତାକାଲି ସକାଳ ସାଢ଼େ ଆଠଟାରୁ ୧୩ ତାରିଖ ସକାଳ ସୁଦ୍ଧା ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏସବୁ ଜିଲାଗୁଡ଼ିକୁ ସତର୍କ ରହିବା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହାଛଡ଼ା ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୧୩ ସକାଳୁ ୧୪ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଆଦି ଜିଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା
ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ପରବର୍ତ୍ତୀ ଦୁଇ ଦିନରେ ବର୍ଷା ପ୍ରଭାବ କମିଯିବା ସମ୍ଭାବନା ରହିଛି।
ଲଘୁଚାପ ଅବପାତରେ ପରିଣତ ହୋଇଥିବାବେଳେ ଦକ୍ଷିଣ ଓଡ଼ିଶା ଉପକୂଳରେ ୪୫ରୁ ୫୫କିମି ବେଗରେ ପବନ ବହିବା ସହିତ ସ୍ଥଳବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୬୫କିମିକୁ ବୃଦ୍ଧି ପାଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଅବପାତଜନିତ ବର୍ଷା ଏବଂ ଅଧିକ ବେଗରେ ପବନ ବହିବା ସମ୍ଭାବନାକୁ ଦୃଷ୍ଟିରେ ରଖି ଗୋପାଳପୁର ବନ୍ଦରରେ ତିନି ନମ୍ବର ବିପଦସଙ୍କେତ ଜାରି କରାଯାଇଥିବାବେଳେ ରାଜ୍ୟର ଅନ୍ୟାନ୍ୟ ବନ୍ଦରରେ ଏକ ନମ୍ବର ବିପଦସଙ୍କେତ ଜାରି କରାଯାଇଛି।
ଯେଉଁସବୁ ଜିଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ନିଂ ଜାରି କରାଯାଇଛି ସେଠାରେ ଜିଲା ପ୍ରଶାସନକୁ ସମ୍ପୂର୍ଣ୍ଣ ସଜାଗ ରଖିବା ନିମନ୍ତେ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories