www.samajalive.in
Tuesday, December 9, 2025
16.1 C
Bhubaneswar

ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ଶୋକ

ପାଟଣା: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ, ସୁବକ୍ତା ଓ ସ୍ତମ୍ଭକାର ଶରତ କୁମାର କରଙ୍କର ସୋମବାର ପରଲୋକ ଖବର ମିଳିବା ପରେ ଅଞ୍ଚଳରେ ଶୋକ ପ୍ରକାଶ ପାଇଛି। ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ନିକଟତମ ବ୍ୟକ୍ତିମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିବା ବେଳେ ଦଳମତରୁ ଉର୍ଦ୍ଧ୍ୱରେ ଥିବାରୁ ତାଙ୍କୁ ବହୁ ଲୋକ ଭଲପାଉଥିଲେ।

ତାଙ୍କ ବିୟୋଗରେ ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ପାଟଣା ବିଧାୟକ ଜଗନ୍ନାଥ ନାଏକ, କେନ୍ଦୁଝର ବିଜେପି ଜିଲ୍ଲା ସଭାପତି ଅଂଶୁମାନ ସବୁଜ ମହାନ୍ତବର୍ମା, ପୂର୍ବତନ ସାଂସଦ ଅନନ୍ତ ନାୟକ, ପୂର୍ବତନ ବିଧାୟକ ହୃଷିକେଶ ନାଏକ, ପୂର୍ବତନ ପାଟଣା ବିଧାୟକ କାହ୍ନୁ ଚରଣ ନାଏକ, ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ଆଶିଷ ଚକ୍ରବର୍ତ୍ତୀ, ପୂର୍ବତନ ଜିଲ୍ଲା ବିଜେଡ଼ି ସଭାପତି ଅଲେଖ ସିଂ, ପାଟଣା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ଜିଲ୍ଲା ବିଜେଡି ଏସ୍ ସି ସେଲ୍ ସଭାପତି ଭରତ ଚନ୍ଦ୍ର ପାତ୍ର, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ବିଦ୍ୟାଧର ଦାଶ, ଯୁବ ନେତା ଇଂ ବିନୋଦ ବିହାରୀ ନାଏକ, ଜିଲ୍ଲା ବିଜୁ କୃଷକ ଜନତା ସଭାପତି ଦୀପକ କୁମାର ରାଜ, କୃଷକ ନେତା ଅଖିଳ ଚନ୍ଦ୍ର ନାଏକ, ଶିକ୍ଷକ ନେତା କୈଳାସ ଚନ୍ଦ୍ର ବାରିକ ଓ କମଳାକାନ୍ତ ପତି, ସମାଜସେବୀ କୁଳମଣୀ ମଣ୍ଡଳ, ଅଜୟ କୁମାର ଦାଶ, ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ବନାଥ ନାୟକ, ଉତ୍ତର ଓଡ଼ିଶା ସାହିତ୍ୟ ସଂସ୍କୃତି ସମ୍ମେଳନର ସଭାପତି ନୃସିଂହ ନାଥ ସିଂହ, କାର୍ୟ୍ୟକାରୀ ସଭାପତି ଭରତ ଚନ୍ଦ୍ର ଦାଶ, ସାଧାରଣ ସମ୍ପାଦକ ଡକ୍ଟର ଭାଗବତ ଲେଙ୍କା ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ବ୍ୟକ୍ତ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories