www.samajalive.in
Tuesday, December 9, 2025
16.1 C
Bhubaneswar

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ ରୂପ ନେଇଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ବିଶାଖାପାଟଣାଠାରୁ ପ୍ରାୟ ୨୫୦ କିଲୋମିଟର ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ, କାକିନାଡାଠାରୁ ୨୯୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବ ଏବଂ ନରସାପୁର ଠାରୁ ୩୩୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ନରସାପୁର ଏବଂ ବିଶାଖାପାଟଣା ମଧ୍ୟରେ ଅକ୍ଟୋବର ୧୩ ଦିନ ସକାଳେ କାକିନାଡା ନିକଟରେ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ବେଗ ଘଂଟାପ୍ରତି ୫୫ରୁ ୬୫ କିଲୋମିଟର ଏବଂ ସର୍ବାଧିକ ୭୫ କିଲୋମିଟର ରହିବ ବୋଲି ଜଣାପଡିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ବିଶେଷତଃ ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି।

ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୧୩ଟି ଜିଲ୍ଲାପାଇଁ ୟେଲୋ ଓ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, ରାୟଗଡ଼ା, କୋରାପୁଟ୍‍, ଗଜପତି ଓ ଗଞ୍ଜାମ ଜିଲ୍ଲାପାଇଁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନେ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ୍‍ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାପାଇଁ ପରାମର୍ଶ ଦିଆଯାଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories