www.samajalive.in
Tuesday, December 9, 2025
15.1 C
Bhubaneswar

ମଙ୍ଗଳବାର ରାଶିଫଳ(୧୩ ଅକ୍ଟୋବର ୨୦୨୦)

ମେଷ: ଧର୍ମ କର୍ମକୁ ଦୀକ୍ଷାଭାବେ ଗ୍ରହଣ କରିପାରନ୍ତି। ଅଧ୍ୟାପନା ପାଇଁ ଅଧ୍ୟୟନରତ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ଆପଣଙ୍କୁ ବିମୋହିତ କରିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ସ୍ୱକର୍ମ ତୃପ୍ତିଦାୟକ ହେବ। ପରିଶ୍ରମ ଯେତେ କଠିନ ହେଲେ ବି; ତା’ର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଉପୁଜି ପାରେ। ଗର୍ବ ଭାବ ପ୍ରଦର୍ଶନ କରିପାରନ୍ତି। ଗୃହ ପରିବେଶ ଶାନ୍ତିଦାୟକ ହେବ।
ମିଥୁନ: ଆପଣଙ୍କ କାର୍ଯ୍ୟ ଜନସାଧାରଣଙ୍କ କଲ୍ୟାଣ ଭାଜନ ହେବ। କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ କରଣୀୟ। ଦେବ ଦର୍ଶନର ସୌଭାଗ୍ୟ ଉଦୟ ହୋଇଛି। ସରକାରୀ ସ୍ତରରୁ ଲାଭ ପାଇବେ।
କର୍କଟ: ସ୍ୱ ଅର୍ଜିତ ଧନ ଭୋଗ କରିବେ। ଜଣେ ଉପଯୁକ୍ତ ପରାମର୍ଶଦାତାଭାବେ ଆଦରଣୀୟ ହେବେ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ସନ୍ତାନ ଲାଳସା ମନରେ ବସା ବାନ୍ଧି ପାରେ। ପ୍ରିୟଭାଷୀ ହେବେ। ଧନଲାଭ ସହିତ ଯାନବାହନ ଯୁକ୍ତ ହେବେ।
ସିଂହ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଚିନ୍ତାଧାରା ମହତ ହେବ।
କନ୍ୟା: ଶତ୍ରୁ ବିନାଶ କରି ଧନଭୋଗ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ତେଜୀୟାନ୍‍ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‍ ରହିବା ଆପଣଙ୍କ ପାଇଁ ଭଲ ହେବ। ବ୍ୟୟ ଭାବ ଅଧିକ ହୋଇପାରେ। କ୍ରୋଧ ସମ୍ବରଣରେ ସୁଫଳ ମିଳିବ।
ତୁଳା: ଆୟ ଆଶାନୁରୂପ ହେବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସରକାରୀ ସ୍ତରରୁ ଧନ ସହିତ ସମ୍ମାନ ମିଳିବ।
ବିଛା: ସମସ୍ତ କାର୍ଯ୍ୟ ବିଚାର, ବିମର୍ଶ ପୂର୍ବକ କରିବାକୁ ପଡ଼ିବ। କର୍ମଚଞ୍ଚଳ ରହିବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ର ଆନନ୍ଦଦାୟକ ହେବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ କରିପାରନ୍ତି। ବିବାଦରେ ବିଜୟୀ ହେବେ।
ଧନୁ: ପରୋପକାର ପାଇଁ ଉତ୍ସର୍ଗୀକୃତ ମନୋଭାବ ରହିବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାତକୁ ଆସିବ ଓ ତା’ର ସଦ୍‍ବ୍ୟବହାର କରି ଆତ୍ମତୃପ୍ତି ଲାଭ କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।
ମକର: ଫଳାଫଳକୁ ଆଶା ନ ରଖି କେବଳ ଆଗକୁ ମାଡ଼ି ଚାଲିବେ। ବାଟରେ ଝୁଣ୍ଟି ପଡ଼ିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ଯୋଗ ଅଛି। ସ୍ୱାଭିମାନୀ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
କୁମ୍ଭ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବ। ସେବା ମନୋଭାବର ହେବେ। ସୁଖକର ଘଟଣା ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ସୁସ୍ବାଦୁ ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି।
ମୀନ: ମନୋବଳ ଦୃଢ଼ ରହିବ। ବନ୍ଧୁ ସହାୟତା ମିଳିପାରେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁ ସମ୍ବାଦ ଶୁଣି ଆନନ୍ଦ ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିପାରନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories