www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶାରେ ସହରାଞ୍ଚଳ ବିକାଶ ପାଇଁ ୫ ବର୍ଷରେ ୮୮୫.୫୮କୋଟି ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ‘ଅମୃତ’ ଯୋଜନା ମାଧ୍ୟମରେ ଓଡ଼ିଶାକୁ ୨୦୧୫-୨୦ ମଧ୍ୟରେ ୮୮୫.୫୮କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହା ଓଡ଼ିଶାରେ ସହରାଞ୍ଚଳ ବିକାଶ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଥିବା ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‍ କରି ପ୍ରକାଶ କରିଛନ୍ତି।
ଅଟଳ ମିଶନ ‘ଅମୃତ’ ଯୋଜନା ମାଧ୍ୟମରେ ଓଡ଼ିଶାର ଭୁବନେଶ୍ୱର, ଭଦ୍ରକ, ବାଲେଶ୍ୱର, ବ୍ରହ୍ମପୁର, କଟକ, ପୁରୀ, ରାଉରକେଲା ଓ ସମ୍ବଲପୁର ଭଳି ସହରଗୁଡ଼ିକରେ ସହରାଞ୍ଚଳ ଭିତ୍ତିଭୂମିର ଉନ୍ନତିକରଣ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ ଟ୍ୱିଟ୍‍ କରି ଧନ୍ୟବାଦ ଦେଇଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଏହି ଯୋଜନାରେ ପାନୀୟଜଳ ଯୋଗାଣ, ସ୍ୱରେଜ୍‍ ଓ ପରିମଳ ପରିଚାଳନା ବର୍ଜ୍ୟଜଳ ନିଷ୍କାସନ, ସବୁଜ ପରିବେଶ, ପାର୍କ ଓ ଅଣ-ମୋଟର ଚାଳିତ ସହରାଞ୍ଚଳ ପରିବହନ ଭଳି ମୌଳିକ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ରାଜ୍ୟ ବାର୍ଷିକ କାର୍ଯ୍ୟ ଯୋଜନା(ସାପ୍‍) ଅଧୀନରେ ଓଡ଼ିଶା ପାଇଁ ୧୫୯୯କୋଟି ଟଙ୍କା ମଞ୍ଜୁର କରାଯାଇଛି।
ଭୁବନେଶ୍ୱର ଓ ରାଉରକେଲା ସ୍ମାର୍ଟ ସିଟି ମିଶନ ସହ ସ୍ୱୟଂଚାଳିତ ଜଳ ବିଶୋଧନ ପ୍ଲାଣ୍ଟ, ପାର୍କର ବିକାଶ, ଜରୁରୀକାଳୀନ ସୌରଚାଳିତ ପମ୍ପ ସ୍ଥାପନ ଭଳି ପ୍ରକଳ୍ପ ଲୋକଙ୍କ ଆକାଂକ୍ଷାକୁ ପୂରଣ କରୁଛି। ଏହି ଯୋଜନା ଅଧୀନରେ ଓଡ଼ିଶାକୁ ୧୯୧ଟି ପ୍ରକଳ୍ପ ମଞ୍ଜୁର କରାଯାଇଥିବାବେଳେ ସେଥିମଧ୍ୟରୁ ୧୫୨ଟି ପ୍ରକଳ୍ପ ସମାପ୍ତ ହୋଇଛି ଓ ଅବଶିଷ୍ଟ ୩୯ ପ୍ରକଳ୍ପର କାମ ଜାରି ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories