www.samajalive.in
Monday, December 15, 2025
26.1 C
Bhubaneswar

 ଶରତ କରଙ୍କ ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ରବିବାର

ଭୁବନେଶ୍ୱର : ଓଡିଶାର ଯଶସ୍ୱୀ ଜନନେତା, ବିଶିଷ୍ଟ ବୁଦ୍ଧିଜୀବୀ, ପୂର୍ବତନ ମନ୍ତ୍ରୀ, ପୂର୍ବତନ ସାଂସଦ ଓ ପୂର୍ବତନ ବାଚସ୍ପତି ସ୍ୱର୍ଗତ ଡ. ଶରତ କୁମାର କରଙ୍କ ସ୍ମୃତିରେ ଏକ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଜୁମ୍‍ ଭିଡିଓ ଯୋଗେ ଆସନ୍ତା ୧୮ ତାରିଖ ରବିବାର ପୂର୍ବାହ୍ନ ୧୧ଘଂଟା ୩୦ ମିନିଟ୍‍ ସମୟରେ ଅନୁଷ୍ଠିତ ହେବ।
ରାଜ୍ୟ ପୂଜ୍ୟ ପ୍ରଣାମ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ସମସ୍ତ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ଡ. କରଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଅନୁରୋଧ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ, ସ୍ୱାମୀ ଶିବଚିଦାନନ୍ଦ ସରସ୍ୱତୀ, ସ୍ୱାମୀ ଜଗନ୍ନାଥାନନ୍ଦ ସରସ୍ୱତୀ, ଓଡିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ପଦ୍ମଶ୍ରୀ ଡ. ପ୍ରତିଭା ରାୟ, ପୂର୍ବତନ କୁଳପତି ଡ. ବିମଳେନ୍ଦୁ ମହାନ୍ତି, ପୂର୍ବତନ ମନ୍ତ୍ରୀ ପଂଚାନନ କାନୁନ୍‍ଗୋ, ପୂର୍ବତନ ବାଚସ୍ପତି କିଶୋର ପଟେଲ, ପଣ୍ଡିତ ବିରେନ୍ଦ୍ର କୁମାର ପଣ୍ଡା, ଗୋବର୍ଦ୍ଧନ ମଠର ପ୍ରବକ୍ତା ମନୋଜ ରଥ, ପ୍ରଫେସର ରଜତ କୁମାର କର ପ୍ରମୁଖ ଯୋଗଦେବେ ବୋଲି ଅନୁଷ୍ଠାନର ଅଧ୍ୟକ୍ଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଓ କାର୍ଯ୍ୟକାରୀ ଅଧ୍ୟକ୍ଷ ଡ. ବଦ୍ରିନାଥ ପଟ୍ଟନାୟକ ଏକ ପ୍ରେସ୍‍ ବିବୃତିରେ ଜଣାଇଛନ୍ତି। ଏହି ଅବସରରେ ଏକ ସ୍ମୃତି ପୁସ୍ତକ ଉନ୍ମୋଚିତ ହେବ। ଏହି ଶ୍ରଦ୍ଧାଞ୍ଜଳି ସଭାରେ ଜନସାଧାରଣ ବହୁଳ ପରିମାଣରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି।

 

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories