www.samajalive.in
Monday, December 8, 2025
27.1 C
Bhubaneswar

ଜଣେ ଡାକ୍ତରଙ୍କ ସମେତ ୬ ଜଣ କୋଭିଡ ଯୋଦ୍ଧା ସଂକ୍ରମିତ

ଫୁଲବାଣୀ : ଆଜି କନ୍ଧମାଳ ଜିଲ୍ଲାରେ ଜଣେ ଡାକ୍ତରଙ୍କ ସମେତ ୬ ଜଣ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ ନୁଆ ୩୮ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ସେମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୨୨୩ରେ ପହଂଚିଛି। ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ୪,୮୩୪ ଜଣ (୯୨.୫୫%) ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜିଲ୍ଲାରେ ବର୍ତ୍ତମାନ କରୋନା ସଂକ୍ରମିତ ମୃତ୍ୟୁ ସଂଖ୍ୟା ଆଜି ୨୬ରେ ପହଞ୍ଚିଛି। ଆଉ ୩୬୩ (୬.୯୫%) ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ଆଜିର ଚିହ୍ନଟ ମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳରେ ୩ ଜଣ ଚିହ୍ନଟ ହୋଇ ଥିବାବେଳେ ବାଲିଗୁଡା ବିଜ୍ଞାପିତ ଅଂଚଳର ଜଣେ ଏବଂ ଗ୍ରାମାଂଚଳର ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଚକାପାଦର ୩ ଜଣ,ଘୁ.ଉଦୟଗିରି ବିଜ୍ଞାପିତ ଅଂଚଳର ଜଣେ ଏବଂ ଗ୍ରାମାଂଚଳର ୪ଜଣ,କ.ନୁଆଗାଁର ଜଣେ, ଖଜୁରିପଡାର ୮ ଜଣ, ଫିରିଙ୍ଗିଆର ୩ଜଣ, ରାଇକିଆର ୨ଜଣ, ଟିକାବାଲିର ୪ଜଣ,  ତୁମୁଡିବନ୍ଧର ଜଣେ ଏବଂ ଅନ୍ୟାନ୍ୟ ଦୁଇଜଣ ରହିଥିବା ନେଇ ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ମିଳିଛି। ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି। ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୁରତା ବଜାୟ ରଖି ଯାତାୟାତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories