www.samajalive.in
Sunday, December 14, 2025
23.1 C
Bhubaneswar

ଅନୁପ ସାଏଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର

ବ୍ରଜରାଜନଗର : ଡବଲ ମର୍ଡର ଘଟଣାରେ ଗିରଫ ହୋଇ ଜେଲ୍‍ ରେ ଥିବା ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ସ୍ୱାସ୍ଥ୍ୟ ଅବସ୍ଥା କାରଣରୁ ଜାମିନରେ ବାହାରି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗତ ୨୫ ତାରିଖରେ ଛତିଶିଗଡ଼ ହାଇକୋର୍ଟ ଅନୁପଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ। ୨୫ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଜାମିନ ମିଳିଛି। ଗୁରୁତର ସ୍ୱାସ୍ଥ୍ୟ ଅବସ୍ଥା କାରଣରୁ ଅନୁପଙ୍କୁ ୨ ମାସ ପାଇଁ ଅନ୍ତରୀଣ ଜାମିନ ମିଳିଛି। । ସ୍ୱାସ୍ଥ୍ୟଗତ କାରଣ ପାଇଁ ଆସନ୍ତା ୨୫ ନଭେମ୍ବର ପର୍ୟ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କଲେ ହାଇକୋର୍ଟ । ବହୁ ଚର୍ଚ୍ଚିତ ମାଆଝିଅ ହତ୍ୟାକାଣ୍ଡରେ ଅନୁପ ସାଏ ଛତିଶଗଡର ରାୟଗଡ ପୁଲିସ ଦ୍ୱାରା ଗିରଫ ହୋଇଥିଲେ।
ସୂଚନା ଯୋଗ୍ୟ , ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ରୁ ତିନି ଥର ବିଧାୟକ ଥିବା ଅନୁପ ସାଏ ୨୦୧୬ ରେ ଏକ ଡବଲ୍‌ ମର୍ଡର ଘଟଣାରେ ତାଙ୍କ ସଂପୃକ୍ତି ଅଭିଯୋଗରେ ଛତିଶଗଡ଼ ପୁଲିସ ତାଙ୍କୁ ଗତ ଫେବ୍ରୁଆରୀ ୧୩ ତାରିଖ ଗିରଫ କରିଥିଲା ।କଳ୍ପନା ଦାଶ ଓ ତାଙ୍କ ଝିଅ ପ୍ରଭାତୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ଉଚ୍ଚ ନ୍ୟାୟାଳୟ ଦୁଇମାସ ପାଇଁ ଅନ୍ତରୀଣ ଜାମିନ ଦେବା ପରେ ଏବେ ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାର ଖବର ମିଳିଛି। ଗତ ସେପ୍ଟେମ୍ବର ୨୫ ତାରିଖରେ ଅନୁପ ସାଏଙ୍କୁ ଜାମିନ ମିଳିଥିବା ଜଣାଯାଇଛି।
କଳ୍ପନା ଦାଶ ଓ ତାଙ୍କ ଝିଅ ପ୍ରଭାତୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଛତିଶଗଡ଼ ରାଜ୍ୟର ରାୟଗଡ଼ସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ଗତ ଫେବୃଆରୀ ୧୩ ଜାମିନ ନାମଞ୍ଜୁର ହେବା ପରେ ପୂର୍ବତନ ବିଧାୟକ ଅନୁପ ସାଏ ଜେଲ ଯାଇଥିଲେ। ରାୟଗଡ଼ ଜିଲ୍ଲା ଚକ୍ରଧରନଗର ଥାନା ଅନ୍ତର୍ଗତ ବଙ୍ଗୁରସିଆ ନିକଟରେ ଘଟିଥିବା ଡବଲ ମର୍ଡର ଘଟଣାରେ ଛତିଶଗଡ଼ ପୁଲିସ ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରିଥିବା ବେଳେ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ମଧ୍ୟ ହତ୍ୟାକାଣ୍ଡ ମାମଲା ରେ ସମ୍ପୃକ୍ତି ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories