www.samajalive.in
Friday, December 12, 2025
14.1 C
Bhubaneswar

୪୮ ଘଣ୍ଟାରେ ଲଘୁଚାପ, ବର୍ଷିବ ୪ ଦିନ

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ପରବର୍ତ୍ତୀ ୨୪ଘଣ୍ଟାରେ ଘନୀଭୂତ ହେବା ସହିତ ଏହାର ପ୍ରଭାବରେ ୧୯ରୁ ୨୨ ପର୍ୟ୍ୟନ୍ତ ଓଡ଼ିଶା, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଦକ୍ଷିଣ ଓ ଉପକୂଳ ଜିଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। ଜିଲା ପ୍ରଶାସନ ସଜାଗ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦେଶ ଦେଇଛନ୍ତି।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଦକ୍ଷିଣ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ଥିବାବେଳେ ଆସନ୍ତା ୧୯ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତାକାଲିଠାରୁ ଓଡ଼ିଶାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ୧୯ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ପ୍ରବଳ
ବର୍ଷାର ସମ୍ଭାବନା ରହିଛି। ୨୦ରେ ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଦୁଇଟି ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

- Advertisement -

୨୧ତାରିଖରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ୯ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲାରେ ଜନସଧାରଣ ସତର୍କ ରହିବାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ କାରଣରୁ ଅଧକ ବର୍ଷା ଓ ପବନର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ଆସନ୍ତା ୧୯ ଓ ୨୦ରେ ଗଭୀର ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି। ଲଘୁଚାନଜନିତ ବର୍ଷା ପରିସ୍ଥିତିର ମୁକାବିଲା ନିମନ୍ତେ ସତର୍କ ସୂଚନା ଜାରି ହୋଇଥିବା ଜିଲାଗୁଡ଼ିକର ଜିଲାପାଳ ଏବଂ ଜଳସମ୍ପଦ ବିଭାଗର ଯନ୍ତ୍ରୀ ଓ ଅଧିକାରୀମାନେ ସମ୍ପୂର୍ଣ୍ଣ ସଜାଗ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦେଶ ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories