www.samajalive.in
Monday, December 8, 2025
24.1 C
Bhubaneswar

୭ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ; ୨୪ ଘଣ୍ଟା ମଧ୍ୟରେ ପୁଣି ଲଘୁଚାପ

ଭୁବନେଶ୍ବର : ରାଜ୍ୟର ଉପକୂଳବର୍ତ୍ତୀ ୭ଟି ଜିଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ବ୍ୟତୀତ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଖୁବ୍‍ଶୀଘ୍ର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ୨୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଏହାର ପ୍ରଭାବରେ ସେହିଦିନ ଉପକୂଳବର୍ତ୍ତୀ ଜିଲା ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୋଆ ବିଶ୍ବବିଦ୍ୟାଳୟର ଜଳବାୟୁ ଓ ପାଣିପାଗ କେନ୍ଦ୍ରର ନିର୍ଦେଶକ ଡ. ଶରତ ଚନ୍ଦ୍ର ସାହୁଙ୍କ ଆକଳନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ଶୁକ୍ରବାର ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ୨୨ ତାରିଖ ସୁଦ୍ଧା ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲା ସହିତ ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲାରେ ଗୁରୁବାରଠାରୁ ବର୍ଷାର ସମ୍ଭାବନା ରହିଛି। ୨୧ରୁ ୨୩ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସହିତ ପଶ୍ଚିମ ଓଡ଼ିଶାର ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ ଓ ସୋନପୁର ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳରେ ଏହି ସମୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ସୁବର୍ଣ୍ଣରେଖା, ବ୍ରାହ୍ଣଣୀ, ବୈତରଣୀ ଓ ବୁଢ଼ାବଳଙ୍ଗର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories