www.samajalive.in
Monday, December 8, 2025
24.1 C
Bhubaneswar

ଅକ୍ଟୋବର ୨୧ରୁ ପୁଣି ଏକ ଲଘୁଚାପ: ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ଜିଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାରଙ୍କ ନିର୍ଦେଶ

ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୧୬ଟି ଜିଲାରେ ବିଜୁଳି ଘଡ଼ଘଡ଼ି ମାରିବା ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଅକ୍ଟୋବର ୧୯ରୁ ୨୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପକୁ ଦୃଷ୍ଟିରେ ରଖି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ସାମ୍ଭାବ୍ୟ ବନ୍ୟାକୁ ଦେଖି ଏହାର ମୁକାବିଲା ଲାଗି ଜଳ ସମ୍ପଦ ବିଭାଗ ପ୍ରସ୍ତୁତ ରହିଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବଂଶଧାରା, ନାଗାବଳୀ, ଋଷିକୂଲ୍ୟା ରାଜର୍ଭୟରୁ ଜଳ ଖାଲି କରାଯାଉଛି। ଜଳସ୍ତର ୮୦%ରୁ କମାଇ ୬୫%ରୁ ୭୦% ରଖାଯାଇଛି। ୮ଟି ଜିଲାରେ ନୋଡାଲ୍‌ ଅଫିସର ନିଯୁକ୍ତ କରାଯାଇଛି। ନଦୀବନ୍ଧ ଦୁର୍ବଳ ଥିବା ସ୍ଥାନରେ ପ୍ରତିକାର ଲାଗି ସରଞ୍ଜାମ ପ୍ରସ୍ତୁତ କରାଯାଇଛି। ନଦୀବନ୍ଧ ଦୁର୍ବଳ ଥିବା ସ୍ଥାନରେ ସମସ୍ତ ପ୍ରକାର ସରଂଜାମ ଯଥା ବାଲିବସ୍ତା ଏବଂ ବାଉଁଶ ରଖାଯାଇଛି। ତେଣୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି କହିଛନ୍ତି ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ।
ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ୪ଦିନ ଧରି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ। । ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ବନ୍ୟା ଓ ପାହାଡ଼ ଅତଡ଼ା ଖସିବା ସମ୍ଭାବନା ରହିଛି। ପବନର ଭୟ ନାହିଁ; କିନ୍ତୁ ବନ୍ୟା ଆଶଙ୍କା ରହିଛି। ତେଣୁ ସମ୍ଭାବ୍ୟ ସ୍ଥିତିର ମୁକାବିଲା ଲାଗି ଜିଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି।
ଅକ୍ଟୋବର ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ରୁ ୨୧ ତାରିଖ ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲାଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷରେ ମାଲକାନଗିରି କ‌ୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ‌ ‌ ‌‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଅକ୍ଟୋବର ୨୨ରୁ ୨୩ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ବା‌ଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଳାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories