www.samajalive.in
Sunday, December 14, 2025
23.1 C
Bhubaneswar

ଘରୋଇ ସ୍କୁଲ ଫି’ମାମଲା : ପକ୍ଷ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଘରୋଇ ସ୍କୁଲ ଫି ହ୍ରାସ ମାମଲ ରାଜ୍ୟ ସରକାରଙ୍କୁ ନିଜ ପକ୍ଷ ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଘରୋଇ ସ୍କୁଲ ଫି ହ୍ରାସ ମାମଲାର  ଶୁଣାଣି କରି ହାଇକୋର୍ଟ ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’ କମାଯାଇପାରିବ ସେନେଇ ରାଜ୍ୟ ସରକାର ସ୍ପଷ୍ଟ ମତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିପାଇଁ ଏକ ସପ୍ତାହର ମହଲତ ନେଇଛନ୍ତି ରାଜ୍ୟ ସରକାର । ୭ ଦିନ ମଧ୍ୟରେ ରାଜ୍ୟ ସରକାର ରିପୋର୍ଟ ଦେବା ପରେ  ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ସୂଚନାଯୋଗ୍ୟ କରୋନା ପାଇଁ ଘରୋଇ ବିଦ୍ୟାଳୟ ଗୁଡିକ ଫି ଛାଡ଼ କରିବାକୁ ଓଡିଶା ଅବିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା । ଗତ ସେପ୍ଟେମ୍ବର ୧ ତାରିଖରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଏହାର ଅପୋଷ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ, ସ୍କୁଲ କର୍ତ୍ତୃପକ୍ଷ, ଶିକ୍ଷକ ସଂଘ ଓ ଅଭିଭାବକ ମହାସଂଘର ମିଳିତ ବୈଠକ ଆୟୋଜନ ହୋଇଥିଲା। ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ କିଛି ପ୍ରତିଶତ ସ୍କୁଲ ଫି କମାଇଦେବାକୁ ସ୍କୁଲ ଗୁଡିକୁ ଅନୁରୋଧ କରିଥିଲେ। ବୈଠକରେ ସକରାତ୍ମକ ଆଲୋଚନା ହେବା ସହ ବାହାରିଥିବା ନିର୍ଯ୍ୟାସକୁ ନେଇ ହାଇକୋର୍ଟରେ ସରକାରଙ୍କ ପକ୍ଷରୁ ଏକ ରିପୋର୍ଟ ଉପସ୍ଥାପିତ ହୋଇଥିଲା । ଯେଉଁଥିରେ ରାଜ୍ୟ ସରକାର ଘରୋଇ ସ୍କୁଲ ଗୁଡିକ ସହ ଫି ଛାଡ ନେଇ ଏକ ଏମଓୟୁ ସ୍ବାକ୍ଷର କରିଥିଲେ । ଏମଓୟୁ ଅନୁଯାୟୀ, ବାର୍ଷିକ ୬ ହଜାର ଫି ଦେଉଥିବା ଛାତ୍ରଛାତ୍ରୀଙ୍କର କୌଣସି ଛାଡ ହେବନାହିଁ। ୬ ହଜାରରୁ ୧୨ ହଜାର ପର୍ଯ୍ୟନ୍ତ ୭.୫ ପ୍ରତିଶତ, ୧୨ ହଜାରରୁ ୨୪ ହଜାର ପର୍ଯ୍ୟନ୍ତ ୧୨ ପ୍ରତିଶତ, ୨୪ହଜାରରୁ ୪୮ ହଜାର ପର୍ଯ୍ୟନ୍ତ ୧୫ ପ୍ରତିଶତ, ୪୮ ହଜାରରୁ ୭୨ ହଜାର ପର୍ଯ୍ୟନ୍ତ ୨୦ ପ୍ରତିଶତ, ୭୨ ହଜାରରୁ ୧ ଲକ୍ଷ ପର୍ଯ୍ୟନ୍ତ ୨୫ ପ୍ରତିଶତ ଓ ୧ ଲକ୍ଷରୁ ଅଧିକ ଫି ଥିଲେ ୨୬ ପ୍ରତିଶତ ଫି କମାଇଦେବାକୁ ସରକାର ଚୁକ୍ତି କରିବା ସହ ଗତ ୨୯ ତାରିଖରେ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଥିଲେ।

- Advertisement -

ତେବେ କିଛି ସ୍କୁଲ କର୍ତ୍ତୃପକ୍ଷ ଫି ହ୍ରାସକୁ ହାଇକୋର୍ଟରେ ବିରୋଧ କରିଥିଲେ। ଏମଓୟୁରେ ସ୍ବାକ୍ଷରିତ କରିବା ପରେ ମଧ୍ୟ କିଛି ସ୍କୁଲ କର୍ତ୍ତୃପକ୍ଷ ରାଜ୍ୟ ସରକାର ରଖିଥିବା ପ୍ରସ୍ତାବକୁ ବିରୋଧ କରି ଏଣ୍ଟରଭେନିଂ ପିଟିସନ ଦାୟର କରିଥିଲେ। ଏଭଳି ପିଟିସନକୁ ଅଗ୍ରାହ୍ୟ କରିଥିଲେ ହାଇକୋର୍ଟ । ଏହାସହ ଫି ହ୍ରାସ ସମ୍ପର୍କରେ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ଏ ସମ୍ପର୍କରେ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।୭ ଦିନ ମଧ୍ୟରେ ରାଜ୍ୟ ସରକାର ଏହି ରିପୋର୍ଟ ଦେବାକୁ କୁହାଯାଇ ଥିବାବେଳେ ଏକ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories