www.samajalive.in
Sunday, December 7, 2025
15.1 C
Bhubaneswar

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ୫ଜିଲାକୁ ୱେଲୋ ୱାର୍ଣ୍ଣିଂ; ୨୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୧୬ଟି ଜିଲାରେ ବିଜୁଳି ଘଡ଼ଘଡ଼ି ମାରିବା ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଅକ୍ଟୋବର ୨୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପକୁ ଦୃଷ୍ଟିରେ ରଖି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲକ୍ଷୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ୫ଟି ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ବର ପାଣିପାଗ ଆଞ୍ଚଳିକ ନିର୍ଦେଶକ ଏଚ୍‌ଆର୍‌ ବିଶ୍ବାସ ପ୍ରକାଶ କରିଛନ୍ତି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୧ରେ ଗଞ୍ଜାମ, ପୁରୀ, ଜଗତସିଂହପୁର, ଗଜପତି ଏବଂ କେନ୍ଦ୍ରାପଡା ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲା ଉପରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ଅକ୍ଟୋବର ୨୨ରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମ ଜିଲ୍ଲା ଉପରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅକ୍ଟେବାର ୨୩ରେ ବଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories