www.samajalive.in
Tuesday, December 9, 2025
15.1 C
Bhubaneswar

ଜଣେ ଡାକ୍ତରଙ୍କ ସମେତ ଦୁଇ ଜଣ କରୋନା ଯୋଦ୍ଧା ସଂକ୍ରମିତ, କନ୍ଧମାଳ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲା ୫,୩୭୭

ଫୁଲବାଣୀ: ଆଜି କନ୍ଧମାଳ ଜିଲାରେ ଜଣେ ଡାକ୍ତରଙ୍କ ସମେତ ୨ ଜଣ କରୋନା ଯୋଦ୍ଧାଙ୍କୁ ମିଶାଇ ମୋଟ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି। ଏମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୩୭୭ ରେ ପହଞ୍ଚିଛି। ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ୫,୦୬୮ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ କନ୍ଧମାଳ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮ରେ ରହିଛି। ଆଉ ୨୮୧ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି।
ଆଜିର କରୋନା ଆକ୍ରାନ୍ତ ଚିହ୍ନଟମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଞ୍ଚଳର ୨ ଜଣ ଚିହ୍ନଟ ହୋଇ ଥିବାବେଳେ ଗ୍ରାମାଞ୍ଚଳରେ ମଧ୍ୟ ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ଏବଂ ଗ୍ରାମାଞ୍ଚଳର ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଚକାପାଦର ୫ ଜଣ, ଘୁ.ଉଦୟଗିରି ଅଞ୍ଚଳରେ ଜଣେ, କ.ନୁଆଗାଁର ୨ଜଣ, ଖଜୁରିପଡାର ୨ଜଣ, ଫିରିଙ୍ଗିଆର ଜଣେ, ରାଇକିଆର ୩ ଜଣ, ଟିକାବାଲିର ଜଣେ, ତୁମୁଡିବନ୍ଧର ଜଣେ ଏବଂ ଅନ୍ୟ ଅଞ୍ଚଳର ଜଣେ ରହିଥିବା ନେଇ ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories