www.samajalive.in
Saturday, December 6, 2025
26.1 C
Bhubaneswar

ଫିରିଙ୍ଗିଆ ସରୁକୋଇ ଘାଟିରେ ସ୍କୁଟି ଦୁର୍ଘଟଣା, ଜଣେ ମୃତ

ଫୁଲବାଣୀ: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳର ସରୁକୋଇ ଘାଟିରେ ଗୋଟିଏ ସ୍କୁଟି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ପରେ ସେଠାରେ ଲୋକଙ୍କ ସହାୟତାରେ ଫୁଲବାଣୀ ୧୦୮ ଆମ୍ବୁଲାନ୍ସ ଯୋଗେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ଅଣାଯିବାପରେ ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ।
ମଳିଥିବା ସୂଚନା ଅନୁସାରେ ଆଜି ଅପରାହ୍ଣ ପ୍ରାୟ ୨ଟା ସମୟରେ ଫିରିଙ୍ଗିଆ ସରୁକୋଇ ଗ୍ରାମର ଚିତ୍ରସେନ ମଲ୍ଲିକ ଏବଂ ତାଙ୍କର ମଉଷା ନାରାୟଣ କହଁର(୬୦) କୌଣସି କାମରେ ଏକ ସ୍କୁଟି (ଓଡି-୧୨-ଏ,୩୬୬୮)ରେ ଫିରିଙ୍ଗିଆ ଯାଉଥିବାବେଳେ ସରୁକୋଇ ଘାଟିରେ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଫଳରେ ସେଠାରେ ଉଭୟେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଆମ୍ବୁଲାନ୍ସକୁ ଡାକିବା ସହିତ ସେମାନଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଫୁଲବାଣୀରେ ପହଞ୍ଚିବା ପରେ ଡାକ୍ତର ନାରାୟଣଙ୍କୁ ମୃତ ଘୋଷିତ କରିଥିଲେ। ତେବେ ମୃତ ନାରୟଣ ଜଣେ ଚାଷି ହୋଇଥିବା ବେଳେ ଫିରିଙ୍ଗିଆରେ ଏକ ସେବାଶ୍ରମରେ ଚତୁର୍ଥ ଶେଣ୍ରୀ କର୍ମଚାରୀ ଭାବରେ ଚିତ୍ରସେନ ମଲ୍ଲିକ ଚାକିରି କରୁଥିବା ଜଣାପଡିଛି। ଖବର ପାଇ ଫିରିଙ୍ଗିଆ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ମାମଲା ୮୬ା୨୦ ରୁଜୁ କରି ଶବକୁ ବ୍ୟବଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଥିବା ଫିରିଙ୍ଗିଆ ଥାନା ଅଧିକାରୀ ପି.ଶ୍ୟାସୁନ୍ଦର ରାଓଙ୍କ ସୁତ୍ରରୁ ଜଣାପଡିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories