www.samajalive.in
Sunday, December 7, 2025
16.1 C
Bhubaneswar

ଟଳିଲା ବାତ୍ୟା ଆଶଙ୍କା, ପ୍ରବଳ ବର୍ଷା ନେଇ ରାଜ୍ୟର ୪ ଜିଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସକ୍ରିୟ ଅବପାତ ୨୪ ଘଣ୍ଟାରେ ଅଧିକ ଘନିଭୂତ ହେବ। ଘନିଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଅବପାତ ରୂପ ନେବ। ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ। ୨୩ ଅପରାହ୍ଣରେ ଗଭୀର ଅବପାତ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ସାଗର ଦ୍ବୀପପୁଞ୍ଜ ବାଂଲାଦେଶ ଖେପୁପଡ଼ା ମଧ୍ୟରେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ବେଳେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ତେବେ ଓଡ଼ିଶାରେ ବାତ୍ୟା ଆଶଙ୍କା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

- Advertisement -

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇସାରିଛି ଓ ଏହା ପାରାଦୀପଠାରୁ ୧୫୦ କିଲୋମିଟର ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଦିଗରେ ରହିଛି । ଏହା ଆସନ୍ତାକାଲି ସୁଦ୍ଧା ଡିପ୍‌-ଡିପ୍ରେସନରେ ପରିଣତ ହୋଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ନିଜର ମଧ୍ୟାହ୍ମ ବୁଲେଟିନରେ କହିଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ୪ଟି ଜିଲାପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ପ୍ରଭାବରେ ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ତଳିଆ ଅଞ୍ଚଳରେ ପାଣି ଜମିପାରେ ଏବଂ କଚ୍ଚା ଘର ପ୍ରତି ବିପଦ ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୧୦ଟି ଜିଲ୍ଳା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଦ୍ଧା, ଯାଜପୁର, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ, ଜଗତିସିଂହପୁର ଓ ଯାଜପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି।
ବର୍ତ୍ତମାନ ଉତ୍ତର ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ଅଞ୍ଚଳରେ ଅବପାତ ଏବେ ପାରାଦୀପ ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବ ଦିଗରେ ୧୫୦ କିମି ଦୂରରେ ସକ୍ରିୟ ରହିଛି । ଏହା ପଶ୍ଚିମବଙ୍ଗ ସାଗର ଦୀପ ପୁଞ୍ଜ ଠାରୁ ଦକ୍ଷିଣ , ଦକ୍ଷିଣ-ପୂର୍ବ ଦିଗରେ ୩୫୦ କିମି ଏବଂ ବାଂଲାଦେଶର ଖେପୁପୁର ଠାରୁ ଦକ୍ଷିଣ , ଦକ୍ଷିଣ-ପୂର୍ବ ଦିଗରେ ୪୯୦ କିମି ଦୂରରେ ରହିଛି। ଏହା ଆଗାମୀ ୨୪ ଘଂଟାରେ ଆହୁରି ସକ୍ରିୟ ହୋଇ ଗଭୀର ଅବପାତର ରୂପ ନେବ । ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରି ଆସନ୍ତାକାଲି ଅପରାହ୍ନ ସମୟରେ ସାଗର ଦ୍ୱୀପପୁଞ୍ଜ ଏବଂ ବାଂଲାଦେଶର ଖେପୁପୁରା ଠାରେ ଉପକୂଳକୁ ଅତିକ୍ରମ କରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରୁ ଏବେ ଉପକୂଳ ଓଡିଶାରେ ବର୍ଷା ଲାଗିଛି । ଆସନ୍ତାକାଲି ଦକ୍ଷିଣ ଓଡିଶାରେ ଅଧିକ ବର୍ଷାର ପ୍ରଭାବ ରହିବ। ଅବପାତ ଏବଂ ପବନର ବେଗକୁ ଦେଖି ଓଡିଶାର ଗୋପାଳପୁର ଏବଂ ପୁରୀ ବନ୍ଦରକୁ ୩ନଂ ବିପଦ ସଂକେତ ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ବଙ୍ଗୋପସାଗରରେ ୱେଲ୍‌ମାର୍କ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବ। ଆଜି ସବୁଠାରୁ ବେଶି ବର୍ଷା ସହ କୋହଲା ପାଗ ଲାଗି ରହିବ। ଗ୍ରାମାଞ୍ଚଳର ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି। ପୌରାଞ୍ଚଳରେ ମଧ୍ୟ ଡ୍ରେନେଜ୍‌କୁ ନେଇ ସମସ୍ୟା ଦେଖା ଦେଇପାରେ। ବିଶେଷକରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ। ଅବପାତ ବାତ୍ୟାରେ ପରିଣତ ହେବା କୌଣସି ସମ୍ଭାବନା ନାହିଁ। ସମୁଦ୍ରରେ ଏହାର ପ୍ରଭାବ ବେଶି ରହିବ। ତେଣୁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଙ୍କେତ ଜାରି କରାଯାଇଛି ବୋଲି ଆଇଏମ୍‌ଡି ଡିଜି ପ୍ରକାଶ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories