www.samajalive.in
Friday, December 12, 2025
16.1 C
Bhubaneswar

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ ନିକଟରେ ବିଜେପିର ଫେରାଦ

ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରୁଛି। ନିର୍ବାଚନ ଜିତିବା ଲାଗି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଗାଇଡଲାଇନ ଏବଂ ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଘଂନ କରିଛନ୍ତି। ଏହା ବିରୋଧରେ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏ ପ୍ରସଙ୍ଗରେ ଏକ ସ୍ମାରକ ପତ୍ର ପ୍ରଦାନ କରି ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛି।
ବାଲେଶ୍ୱର ନିର୍ବାଚନମଣ୍ଡଳୀରେ ଶାସକ ଦଳର ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଜୁ ଛାତ୍ର ସମ୍ମିଳନୀରେ ଯୋଗ ଦେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଗାଇଡଲାଇନକୁ ଉଲ୍ଲଘଂନ କରିଛନ୍ତି। ହଜାର ହଜାର ସଂଖ୍ୟାର ଛାତ୍ରଛାତ୍ରୀଙ୍କ ଗହଣରେ ମନ୍ତ୍ରୀ ପୂର୍ବ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀଙ୍କ ବିଫଳତା ସଂପର୍କରେ ସମୀକ୍ଷା କରୁଥିଲେ। ଏପିଡେମିକ ଏବଂ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ସମ୍ମିଳନୀ କକ୍ଷରେ ୨୦୦ରୁ ଅଧିକ ଲୋକ ଏକାଠି ହେବା ଉପରେ କଟକଣା ଲାଗୁ କରାଯାଇଛି। ଏଥିପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଠାରୁ ଅନୁମତି ଆଣିବା ଦରକାର। କିନ୍ତୁ ମନ୍ତ୍ରୀ ବିନା ଅନୁମତିରେ ସେହି ସମ୍ମିଳନୀରେ ଏକାଠି ହୋଇଥିବା ୧ ହଜାରରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଗାଇଡଲାଇନ, କୋଭିଡ ଗାଇଡଲାଇନ ଏବଂ ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଙ୍ଘନ କରିଛନ୍ତି।
ଏହି ଘଟଣାରେ ଉଭୟ ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ନିର୍ବାଚନ ଅଧିକାରୀ ନିରପେକ୍ଷ ତଦନ୍ତ କରି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେବା ସହ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିନିଧୀ ଦଳ ଦାବି କରିଛି। ଏହି ସମସ୍ତ ବେଆଇନ କାର୍ଯ୍ୟର ସମସ୍ତ ତଥ୍ୟ ପ୍ରମାଣ ସହ ଫଟୋ ଓ ଭିଡିଓ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରି ଆଗାମୀ ଉପନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ବିଜେପି ଦାବି କରିଛି। ପୂର୍ବରୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ବିଜେଡି ବିଧାୟକ ପ୍ରାର୍ଥୀ ସ୍ୱରୂପ ଦାସ ଭୋଟରଙ୍କୁ ବିଭିନ୍ନ ଉପାୟରେ ପ୍ରଲୋଭିତ କରିଥିଲେ। ବିଭିନ୍ନ ସରକାରୀ ସୁବିଧା ଯୋଗାଇଦେବା ଓ ଅର୍ଥ ଲୋଭ ଦେଖାଇ ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ଖୁଲମଖୁଲା ଭାବେ ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଘଂନ କରିଥିଲେ ଶାସକଦଳ ମନ୍ତ୍ରୀ।  ଏହି ପ୍ରତିନିଧି ଦଳରେ ରାଜ୍ୟ ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଲିଗାଲ୍‍ କୋଡିନେଟର ଜୟନ୍ତ ଜେନା ପ୍ରମୁଖ ସାମିଲ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories