www.samajalive.in
Monday, December 15, 2025
16.1 C
Bhubaneswar

ଭାରତରେ କରୋନା – ବଢୁଛି ଆରୋଗ୍ୟ ହାର, କମୁଛି ମୃତ୍ୟୁ ହାର

ଦେଶରେ କରୋନା ଆରୋଗ୍ୟ ହାର ୯୦.୬୨ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ଭିତରେ ୬୩ ହଜାରରୁ ଊର୍ଦ୍ଧ୍ବ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ମୋଟ୍‍ ଆରୋଗ୍ୟ ଲୋକଙ୍କ ସଂଖ୍ୟା ୭୨ ଲକ୍ଷ ଅତିକ୍ରମ କରିଛି। ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା ମୋଟ୍‍ ସଂକ୍ରମଣର ୭.୮୮ ପ୍ରତିଶତ ରହିଛି। ଦେଶରେ ୬ ଲକ୍ଷ ୨୫ ହଜାର ସଂକ୍ରମିତ ବ୍ୟକ୍ତି ଚିକିତ୍ସାଧୀନ ଅଛନ୍ତି। ଗତ ୨୪ ଘଣ୍ଟା ଭିତରେ ୩୬ ହଜାର ୪୬୯ ଜଣ ନୂଆ ଲୋକ ଭୂତାଣୁରେ ସଂକ୍ରମିତ ହେବା ସହ ମୋଟ୍‍ ସଂକ୍ରମଣ ୭୯ ଲକ୍ଷ ୪୬ ରହିଛି।

ମନ୍ତ୍ରଣାଳୟରୁ ମିଳିଥିବା ସୂଚନା ଅନୁଯାୟୀ, କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ଗ୍ରହଣ କରିଥିବା ନିୟମଗୁଡ଼ିକର ସଠିକ୍‍ ରୂପେ ପାଳନ କରାଯିବା ଯୋଗୁ ଆରୋଗ୍ୟ ହାର ବୃଦ୍ଧି ପାଇବା ସହ ମୃତ୍ୟୁହାର ହ୍ରାସ ପାଉଛି। ଦେଶରେ କରୋନା ଜନିତ ମୃତ୍ୟୁହାର ୧.୫ ପ୍ରତିଶତ ରହିଛି, ଯାହା ବିଶ୍ୱରେ ସବୁଠୁ କମ୍‍। ଗତ ୨୪ ଘଣ୍ଟା ଭିତରେ ୪୮୮ ଜଣ ମୃତ୍ୟୁବରଣ କରିବାରୁ ଏପର୍ଯ୍ୟନ୍ତ ଏଥିରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୧ ଲକ୍ଷ ୧୯ ହଜାର ୫୦୨ରେ ପହଞ୍ଚିଛି।

- Advertisement -

ଭାରତୀୟ ଡାକ୍ତରୀ ଗବେଷଣା ପରିଷଦ ଆଇସିଏମଆର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ଭିତରେ ୯ ଲକ୍ଷ ୫୮ ହଜାର ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ଏପର୍ଯ୍ୟନ୍ତ ମୋଟ୍‍ ୧୦କୋଟି ୪୪ ଲକ୍ଷ ନମୁନା ପରୀକ୍ଷା କରାଯାଇ ସାରିଲାଣି।

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories