www.samajalive.in
Tuesday, December 9, 2025
26.1 C
Bhubaneswar

ଆଇଏଏସସ୍ତରରେ ଅଦଳବଦଳ: ପରାଗ ଗୁପ୍ତା ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ ଅଧ୍ୟକ୍ଷ, ମାନସୀ ନିମ୍ଭାଲ ଓଏସଏଲଏମ ସଦସ୍ୟ ସଚିବ

ଭୁବନେଶ୍ଵର: କେନ୍ଦ୍ରୀୟ ଡେପୁଟେସନ୍ ରୁ ଫେରିଥିବା ୧୯୮୮ ବ୍ୟାଚ୍ ଆଇଏଏସ୍ ପରାଗ ଗୁପ୍ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ।  ଅନୁରୂପ ଭାବରେ  ୨୦୧୦ ବ୍ୟାଚ୍ ଆଇଏଏସ୍ ମାନସୀ ନିମ୍ଭାଲଙ୍କୁ ଓଏସଏଏମ୍ ବୋର୍ଡର ସଦସ୍ୟ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଏଥିସହ ଟିଡିକଲ ଏମଡି ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ରାଜ୍ୟ ସରକାର ଆଇଏଏସସ୍ତରରେ ଏକ ଛୋଟ ଅଦଳବଦଳ କରିଛନ୍ତି । ୧୯୯୩ ବ୍ୟାଚ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ  ସୁରେନ୍ଦ୍ର କୁମାର ଅତିରିକ୍ତ ଭାବରେ ବହନ କରୁଥିବା ସିଡ଼ିଏ ଦାୟିତ୍ଵ ଜି.ମାଥିଭାଥନନଙ୍କୁ ପ୍ରଦାନ କରାଯାଇଛି । ଶ୍ରୀ ମାଥିଭାଥନନ୍ ଏବେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଦାୟିତ୍ଵରେ ଅଛନ୍ତି ।  ସେହିପରି  ୨୦୧୪ ବ୍ୟାଚ୍ ଆଇଏଏସ୍ ଡକ୍ଟର ୟେଦୁଲା ବିଜୟଙ୍କୁ ଓରେଡାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏବେ ସେ ଯୋଜନା ଓ ସଂଯୋଜନ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଛନ୍ତି ।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories