www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ କୃଷକ, ମହିଳା ଓ ଏମଏସଏମଇକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷକ, ମହିଳା ଓ ଏମଏସଏମଇଗୁଡିକର ପ୍ରମୁଖ ଭୂମିକା ରହିଛି। ଆଜି ଭିଡିଓ କନଫରେନସିଂ ଜରିଆରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନା ମହାମାରୀ ଉଭୟ ଜୀବନ ଏବଂ ଜୀବିକା ଉପରେ ପ୍ରଭାବ ପକାଇଛି। କରୋନା ମହାମାରୀ ସମୟରେ ରାଜ୍ୟରେ ବ୍ୟାଙ୍କିଙ୍ଗ କ୍ଷେତ୍ରର ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନ ବଞ୍ଚାଇବାରେ ଯେଭଳି ଡାକ୍ତରମାନଙ୍କର ପ୍ରମୁଖ ଭୂମିକା ଥାଏ ସେହିଭଳି ଜୀବିକା ରକ୍ଷା କରିବାରେ ବ୍ୟାଙ୍କମାନଙ୍କର ପ୍ରମୁଖ ଭୂମିକା ରହିଛି।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଭିଡ ରୋଗୀଙ୍କ ସେବାରେ ପ୍ରାଣ ହରାଇଥିବା ବ୍ୟାଙ୍କ କର୍ମଚାରୀଙ୍କ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଉଭୟ ରାଜ୍ୟ ଓ ବ୍ୟକ୍ତିଗତ ଅର୍ଥନୈତିକ ସ୍ଥିତିର ପୁନରୁଦ୍ଧାର ପାଇଁ ସରକାର ପଦକ୍ଷେପ ନେଉଛନ୍ତି, ତେବେ ସେ ରାଜ୍ୟରେ ଥିବା ବ୍ୟାଙ୍କଗୁଡିକୁ କୃଷକ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଏମଏସଏମଇଗୁଡିକୁ ଋଣ ଯୋଗାଇ ଦେଇ ସେମାନଙ୍କ ଅର୍ଥନୈତିକ ସ୍ଥିତି ସୁଦୃଢ କରିବାକୁ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାର କୃଷକମାନଙ୍କୁ ବିନା ସୁଧରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଏବଂ ୨ ପ୍ରତିଶତ ସୁଧ ହାରରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା କରିବା ନିମନ୍ତେ ୬ ଶହ କୋଟି ଟଙ୍କାରୁ ଅଧିକ ଅର୍ଥ ପ୍ରଦାନ କରିଛନ୍ତି। ସରକାରଙ୍କ ‘ବଳରାମ’ ଯୋଜନା ମାଧ୍ୟମରେ କୃଷକମାନଙ୍କୁ ସାହାଯ୍ୟ ଯୋଗାଇ ଦିଆଯାଉଥିବା ସେ କହିଛନ୍ତି।

ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ ମିଶନ୍ ଶକ୍ତି କ୍ଷେତ୍ରରେ ସରକାର 3 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ପ୍ରଦାନ ବ୍ୟବସ୍ଥା ଆପଣେଇଥିବା ବେଳେ ଏମଏସଏମଇ ପାଇଁ ମଧ୍ୟ ଯୋଜନା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ତିନୋଟି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ବିକାଶ ଦିଗରେ ମୁଖ୍ୟମନ୍ତ୍ରୀ ନିଜେ ଦୃଷ୍ଟି ଦେବେ ବୋଲି କହିଛନ୍ତି ଓ ଆସନ୍ତା ନଭେମ୍ବର ଶେଷ ସୁଦ୍ଧା ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ବ୍ୟାଙ୍କ ଅଧିକାରୀମାନଙ୍କ ସହ ସମୀକ୍ଷା କରିବେ। ଏହି ଅବସରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କଗୁଡ଼ିକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରାଯିବ ବୋଲି କହିବା ସହ ଏ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅବଗତ କରାଯିବ ବୋଲି ସେ କହିଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories