www.samajalive.in
Tuesday, December 9, 2025
16.1 C
Bhubaneswar

କନ୍ଧମାଳ: ପୁଣି ୧୪ କରୋନା ସଂକ୍ରମିତ ଚିହ୍ନଟ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ଆଜି ମଧ୍ୟ ଜଣେ କୋଭିଡ ଯୋଦ୍ଧାଙ୍କ ସମେତ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୬୩୧ ରେ ପହଞ୍ଚିଛି। ଏହି ସମସ୍ତ ଆକ୍ରାନ୍ତମାନଙ୍କ ମଧ୍ୟରୁ ୫,୪୧୮ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯ ରେ ରହିଛି। ଆଉ ୧୬୬ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ଆଜିର ଚିହ୍ନଟମାନଙ୍କ ମଧ୍ୟରୁ ଫୁଲବାଣୀ ଗ୍ରାମାଞ୍ଚଳରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୀର୍ଘଦିନ ପରେ ଫୁଲବାଣୀ ସହରରେ କେହି ମଧ୍ୟ ଚିହ୍ନଟ ହୋଇନାହାନ୍ତି। ସେହିପରି ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳର ଜଣେ, ବାଲିଗୁଡା ବିଜ୍ଞାପିତ ଅଂଚଂଳରେ ଏବଂ ଗ୍ରାମାଞ୍ଚଳରେ ଜଣେ ଲେଖାଏଁ,ରାଇକିଆର ୨ ଜଣ,ଦାରିଙ୍ଗବାଡିର ୨ ଜଣ, ଚକାପାଦ, ତୁମୁଡିବନ୍ଧ ଓ ଅନ୍ୟ ଅଞ୍ଚଳର ଜଣେ ଲେଖାଏଁ ସଂକ୍ରମିତ ରହିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି। ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୁରତା ବଜାୟ ରଖି ଯାତାୟାତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

ଅନ୍ୟପକ୍ଷରେ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନ୍‍ ଟେଷ୍ଟ ଆରମ୍ଭ ହୋଇଛି। ବିଶେଷ କରି ବର୍ତ୍ତମାନ ଜିଲାରେ କରୋନା ଗ୍ରାଫ୍‍ ତଳମୁହାଁ ହୋଇ ରହିଥିବା ଯୋଗୁଁ ଏହାକୁ ତଳମୁହଁ କରି ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଅଙ୍ଗନୱାଡ଼ି କର୍ମୀ , ଆଶା କର୍ମୀ ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ଦ୍ୱାରା ଘରକୁ ଘର ଯାଇ ଟେଷ୍ଟ ଆରମ୍ଭ ହେବା ସହିତ ଥଣ୍ଡା, ଜ୍ୱର ଥିବା ଲୋକଙ୍କୁ ତୁରନ୍ତ ଡ଼ାକ୍ତରଖାନାକୁ ଯାଇ ପରାମର୍ଶ ନେବାକୁ ସୂଚନା ଦିଆଯାଉଥିବା ପ୍ରକାଶ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories