www.samajalive.in
Monday, December 8, 2025
27.1 C
Bhubaneswar

ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ

ନୂଆଦିଲ୍ଳୀ : ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ।  ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୩୧ ଅକ୍ଟୋବର ୧୮୭୫ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ଆଜିର ଦିନକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ। ସର୍ଦ୍ଦାର ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ । ସ୍ୱାଧୀନତା ପରେ ପଟେଲ ନିଜର କୌଶଳ ଓ ଶକ୍ତି ବଳରେ ଦେଶକୁ ସଙ୍କଟ ପରିସ୍ଥିତିରୁ ବଞ୍ଚାଇଥିଲେ । ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ। ସର୍ଦ୍ଦାର ପଟେଲ ସାମ-ଦାମ-ଦଣ୍ଡ-ଭେଦ, କୁଟନୀତି ଓ ରଣନୀତି ବଳରେ ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ ।

ସର୍ଦ୍ଦାର ପଟେଲ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ମଧ୍ୟ ରହିଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ ‘ଲୌହ ମାନବ ‘ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି । ୩୧ ଅକ୍ଟୋବର ୨୦୧୮ରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଗୁଜରାଟର ନର୍ମଦା ଜିଲ୍ଲାରେ ସର୍ଦ୍ଦାର ପଟେଲଙ୍କ ସ୍ମୃତି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ପ୍ରତିମୂର୍ତ୍ତିର ଉଦଘାଟନ କରିଥିଲେ। ଯାହାର ନାମ ଷ୍ଟାଚ୍ୟୁ ଅଫ୍ ୟୁନିଟି। ଏହି ପ୍ରତିମୂର୍ତ୍ତି ଷ୍ଟାଚ୍ୟୁ ଅଫ୍ ଲିବର୍ଟି ଠାରୁ ମଧ୍ୟ ବଡ଼। ସର୍ଦ୍ଦାର ପଟେଲଙ୍କ ଏହି ପ୍ରତିମୂର୍ତ୍ତି ଦୁନିଆର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି ଅଟେ। ସର୍ଦ୍ଦାର ପଟେଲଙ୍କ ଏହି ପ୍ରତିମୂର୍ତ୍ତିକୁ ଦେଖିଲେ ତାଙ୍କ ବ୍ୟକ୍ତିତ୍ୱ କେତେ ବିସ୍ତୃତ ତାହା ଜାଣିହେବ। ସର୍ଦ୍ଦାର ଅର୍ଥ ହେଉଛି ନେତୃତ୍ୱର ଗୁଣ। ଭାରତର ରାଜନୈତିକ ଇତିହାସରେ ସର୍ଦ୍ଦାର ପଟେଲଙ୍କ ଅବଦାନ କେବେହେଲେ ଭୁଲିହେବ ନାହିଁ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories