www.samajalive.in
Saturday, December 6, 2025
26.1 C
Bhubaneswar

କୋଭିଡ କଟକଣା ମଧ୍ୟରେ ପାଳନ ହେଲା କୁମାର ପୂର୍ଣ୍ଣିମା ଏବଂ ଗଜଲକ୍ଷ୍ମୀ ପୂଜା

ନବରଙ୍ଗପୁର : ଶନିବାର ଅର୍ଥାତ ଆଜି ହେଉଛି ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଆରମ୍ଭ। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ କୁମାର ପୂର୍ଣ୍ଣିମା ପାଳିତ ହୁଏ। ଆଜିର ଦିନରେ ଓଡ଼ିଶାର ଘରେ ଘରେ ଝିଅମାନେ ବେଶ ଆନନ୍ଦର ସହ ଏହାକୁ ପାଳନ କରିଥାଆନ୍ତି। କୁମାରୀ ଝିଅ ମାନେ ସକାଳୁ ସ୍ନାନ କରି ନୂଆ ବସ୍ତ୍ର ପରିଧାନ କରି ସୂର୍ଯ୍ୟ ଉଦୟ ସମୟରେ ଆଜୁଁଳି ଟେକନ୍ତି। କେହିକେହି ମଧ୍ୟ ତୁଳସୀ ଚଉରା ମୂଳରେ ପୂଜା କରନ୍ତି। ଏକ କୁଲାରେ ଖଇ ଓ ସାତ ପ୍ରକାରର ଫଳ ନେଇ ଚଉରା ମୂଳରେ ବିଧିସହ ପୂଜାର୍ଚ୍ଚନା କରନ୍ତି। ଏହାସହ କୁମାରୀ କନ୍ୟାମାନେ ସନ୍ଧ୍ୟାରେ ଆକାଶରେ ଚନ୍ଦ୍ର ଆସିବା ପରେ ପୂଜା କରନ୍ତି। ବିଭିନ୍ନ ପ୍ରକାରର ଫଳ, ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ଆଖୁ ଆଦିକୁ ଚକଟା ଭୋଗ କରି ଚନ୍ଦ୍ର ଆକୃତିର କରି ପୂଜା କରିବା ପରେ ଏହାକୁ ନିଜ ସାଙ୍ଗମାନଙ୍କୁ ଖୁଆନ୍ତି।

ସେହିପରି ଆଜି ଠାରୁ ପ୍ରସିଦ୍ଧ ମା’ଗଜଲକ୍ଷ୍ମୀଙ୍କ ପୂଜା ବିଭିନ୍ନ ପୂଜାମଣ୍ଡପରେ ଆରମ୍ଭ ହୋଇଛି। ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ନବରଙ୍ଗପୁର ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ପାଳନ କରାଯାଉଛି ମା’ଗଜଲକ୍ଷ୍ମୀଙ୍କ ପୂଜା। ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼ ନାହିଁ ଅଧିକ ସାଜସଜ୍ଜା। କେବଳ ପୂଜାରୀଙ୍କ ଦ୍ୱାରା ସ୍ୱତନ୍ତ୍ର ନୀତିରେ ମା’ଙ୍କର ପୂଜାର୍ଚ୍ଚନା କରାଯାଉଛି। ପ୍ରତିବର୍ଷ ଖୁବ୍ ଧୁମ୍‌ଧାମରେ ପୂଜାର୍ଚ୍ଚନା କରାଯାଉଥିବା ବେଳେ ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ପୂଜା ପାଳନ କରାଯାଉଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories