www.samajalive.in
Tuesday, December 9, 2025
16.1 C
Bhubaneswar

କୋଭିଡ ଆରୋଗ୍ୟ ହାର ୯୧.୫୪ ପ୍ରତିଶତକୁ ବୃଦ୍ଧି ; ମୃତ୍ୟୁହାର ୧.୪୯ ପ୍ରତିଶତ

ନୂଆଦିଲ୍ଲୀ :  ଦେଶରେ କୋଭିଡ ଆରୋଗ୍ୟ ହାର ୯୧.୫୪ ପ୍ରତିଶତକୁ ବୃଦ୍ଧି ପାଇଛି। ତେବେ ଗତ ୨୪ ଘଣ୍ଟା ଭିତରେ ୫୮ ହଜାର ୬୮୪ ଜଣ
କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏଥି ସହିତ ଦେଶରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୭୪ ଲକ୍ଷ ୯୧ ହଜାର ୫୧୩ରେ ପହଞ୍ଚିଛି।

ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଗତ ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୯୬୩ ନୂତନ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୧ ଲକ୍ଷ ୮୪ ହଜାର ୮୨ରେ ପହଞ୍ଚିଛି। ଅନ୍ୟପକ୍ଷରେ ବର୍ତ୍ତମାନ ଦେଶରେ ୫ ଲକ୍ଷ ୭୦ ହଜାର ୪୫୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ହାର ୬.୯୭% ରହିଛି।
ମନ୍ତ୍ରଣାଳୟ କହିଛି, ଗତ ୨୪ ଘଣ୍ଟା ମଧ୍ୟରେ ୪୭୦ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା
୧ ଲକ୍ଷ ୨୨ ହଜାର ୧୧୧ରେ ପହଞ୍ଚିଛି। ସମ୍ପ୍ରତି ଭାରତରେ କରୋନା ଜନିତ ମୃତ୍ୟୁହାର ୧.୫ ପ୍ରତିଶତରୁ କମ୍‍ ରହିଛି ଏବଂ ଏହା କ୍ରମାଗତ ଭାବେ ହ୍ରାସ ପାଉଛି। ବର୍ତ୍ତମାନ ଦେଶରେ ମୃତ୍ୟୁହାର ୧.୪୯ ପ୍ରତିଶତ ରହିଛି। ମନ୍ତ୍ରଣାଳୟ କହିଛି, ୨୩ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମୃତ୍ୟୁହାର ଜାତୀୟ ହାରଠାରୁ କମ୍‍ ରହିଛି। ଏହି ରାଜ୍ୟଗୁଡ଼ିକ ମଧ୍ୟରେ ଆସାମ, ଓଡ଼ିଶା, ବିହାର, ଛତିଶଗଡ଼, ଆନ୍ଧ୍ରପ୍ରଦେଶ,ରାଜସ୍ଥାନ ଏବଂ ହରିୟାଣା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories