www.samajalive.in
Wednesday, December 10, 2025
26.1 C
Bhubaneswar

ଦୁଇ ଦିନ ପ୍ରବଳ ବର୍ଷା ; ରବିବାର ଖୋଲା ରହିବ ସରକାରୀ ଅଫିସ

ଭୁବନେଶ୍ବର : ଉତ୍ତର ପଶ୍ଚିମ ବଙ୍ଗୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଏହା ଆହୁରି ଦୁଇଦନି ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଶନିବାର ରାଜ୍ୟର ଅଳ୍ପ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସମେତ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୋଳ,ଦେବଗଡ଼ ଓ ସମ୍ବଲପୁରରେ ଅତି ପ୍ରବଳ ବର୍ଷାର ସମ୍ମାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ରାଜ୍ୟରେ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ନେଇ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ବିଭାଗକୁ ସଜାଗ ରହିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିଭିନ୍ନ୍‍ ସ୍ଥାନରେ ଫସିରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି। କେତେକ ନଦୀରେ ଜଳସ୍ତର ବଢ଼ୁଥିଲେ ମଧ୍ୟ କୌଣସିଠାରେ ବିପଦ ସଂକେତ ଟପି ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍‍ କମିଶନର ବିଷ୍ଣୁପଦ ସେଠୀ କହିଛନ୍ତି। ଅନ୍ୟପକ୍ଷରେ  ଲଗାଣ ବ​ର୍ଷା ଏବଂ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରବିବାର ସତ୍ୱେ ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ପୁରୀର ବ୍ରହ୍ମଗିରିରେ ସର୍ବାଧିକ ୨୯ ସେ.ମି ବର୍ଷା ରେକର୍ଡ କରାଯାଇଛି। ସେହିପରି ପୁରୀରେ୨୭, କଳାହାଣ୍ଡିର ଜୁନାଗଡ଼ରେ ୨୬, ନବରଙ୍ଗପୁରର ତେନ୍ତୁଳିଖୁଣ୍ଟିରେ ୨୪ ସେମି. ଇର୍ଷା ରେକର୍ଡ କରାଯାଇଛି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories