www.samajalive.in
Tuesday, December 9, 2025
26.1 C
Bhubaneswar

କନ୍ଧମାଳ: ଜଣେ କୋଭିଡ ଯୋଦ୍ଧାଙ୍କ ସମେତ ୨୦ କରୋନା ସଂକ୍ରମିତ ଚିହ୍ନଟ, ବଢୁଛି ସୁସ୍ଥହାର

ଫୁଲବାଣୀ: କନ୍ଧମାଳରେ ଆଜି ଜଣେ କୋଭିଡ଼୍‍ ଯୋଦ୍ଧାଙ୍କ ସମେତ ୨୦ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୬୬୮ ରେ ପହଞ୍ଚିଛି। ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ୫,୫୧୩ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦ ରେ ରହିଛି। ଆଉ ୧୨୫ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଜିର ଚିହ୍ନଟମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳର ଏବଂ ଗ୍ରାମାଞ୍ଚଳରେ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲିଗୁଡା ବିଜ୍ଞାପିତ ଅଞ୍ଚଳରେ ଏବଂ ଗ୍ରାମାଞ୍ଚଳରେ ମଧ୍ୟ ଜଣେ ଲେଖାଏଁ, ଘୁ.ଉଦୟଗିରି ଅଞ୍ଚଳ ଜଣେ, ଚକାପାଦର ୬ ଜଣ, ଦାରିଙ୍ଗବାଡିର ଜଣେ, କ.ନୁଆଗାଁର ଜଣେ, ଫିରିଙ୍ଗିଆର ୨ ଜଣ, ଟିକାବାଲିର ୪ ଜଣ ଏବଂ ଅନ୍ୟ ଅଞ୍ଚଳର ଜଣେ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି। ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୁରତା ବଜାୟ ରଖି ଯାତାୟାତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories