www.samajalive.in
Monday, December 8, 2025
24.1 C
Bhubaneswar

କୋଭିଡ୍ କଟକଣା ମାନି ଶ୍ରୀମନ୍ଦିର ସମେତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଖୋଲିବାକୁ ରାଜ୍ୟ ସରକାରଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର :ପବିତ୍ର କାର୍ତ୍ତିକ ମାସରେ କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ନିୟମିତ ଢ଼ଙ୍ଗରେ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ଟ୍ୱିଟ୍ ମାଧ୍ୟମରେ ଅନୁରୋଧ କରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ପବିତ୍ର କାର୍ତ୍ତିକ ଆଧ୍ୟାତ୍ମିକ ମାସ ଭାବରେ ସାରା ଓଡ଼ିଶାବାସୀଙ୍କ ପାଖରେ ବେଶ୍ ଆଦୃତ । କାର୍ତ୍ତିକ ମାସରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଶ୍ରୀକ୍ଷେତ୍ରରେ ଦର୍ଶନ ପାଇଁ ଭକ୍ତମାନେ ବହୁ ଉତ୍କଣ୍ଠାର ସହ ଅପେକ୍ଷା କରିଥାନ୍ତି । ଇତିମଧ୍ୟରେ ଭାରତବର୍ଷରେ କୋଭିଡ୍ କଟକଣାକୁ ମାନି ଅନେକ ରାଜ୍ୟରେ ମନ୍ଦିର ଖୋଲାଗଲାଣି । ଲୋକମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଇ ଏହି ମାସରେ ଅନ୍ୟ ରାଜ୍ୟମାନଙ୍କ ପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ନିୟମିିତ ଢ଼ଙ୍ଗରେ ଭକ୍ତ ମାନଙ୍କ ପାଇଁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି । ରାଜ୍ୟ ସରକାର ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଗୁଡ଼ିକରେ କୋଭିଡ୍ ନିୟମ ପାଳନ କରିବାର ସମସ୍ତ ପ୍ରସ୍ତୁତି ସହ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉପରେ ଧ୍ୟାନ ଦେବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories