www.samajalive.in
Wednesday, December 10, 2025
26.1 C
Bhubaneswar

୪୮ଘଣ୍ଟା ପରେ ଶୀତ, ୩ରୁ ୫ଡ଼ିଗ୍ରୀ ଖସିବ ପାରଦ

ଭୁବନେଶ୍ବର : ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ ସୃଷ୍ଟି ହେବା କାରଣରୁ କିଛି ଦିନ ପାଣିପାଗରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ବିଳମ୍ବରେ ମୌସୁମି ଛାଡ଼ିବା ସହିତ ଶୀତ ପ୍ରବେଶରେ ମଧ୍ୟ ବିଳମ୍ବ ଘଟିଛି। ତେବେ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ଖବର ‌ଅନୁସାରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟାରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଘଟିବାର ସମ୍ଭାବନା ନାହିଁ; କିନ୍ତୁ ଆସନ୍ତା ୪୮ଘଣ୍ଟା ପରେ ପାଗ ବଦଳିବ। ଆସନ୍ତା ୩ରୁ ୪ଦିନ ଭିତରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ଡ଼ିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବ। ଫଳରେ ରଜ୍ୟରେ ଶୀତ ଅନୁଭୂତ ହେବ ବୋଲି ଆକଳନ କରାଯାଇଛି।

ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ବାଂଲାଦେଶ ଓ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ରହିଥିବାବେଳେ ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ପାଗ ମେଘୁଆ ଥିବା ଲକ୍ଷ୍ୟ କରାଯାଉଛି। ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ଅଞ୍ଚଳରେ କାଁଭାଁ ବର୍ଷାର ସମ୍ଭାବନା ଥିବାବେଳେ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ପାଗ ଶୁଖିଲା ରହିବ। ଆସନ୍ତା ସପ୍ତାହକ ଭିତରେ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories