www.samajalive.in
Sunday, December 14, 2025
23.1 C
Bhubaneswar

ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ବିଦା ହେଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

ବାଲେଶ୍ୱର: ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ଗୁରୁବାର ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ତାଙ୍କୁ ଦଳରୁ ନିଲମ୍ବିତ କରିଥିବା ପ୍ରେସ ରିଲିଜରେ ସୂଚନା ଦିଆଯାଇଛି।

ପ୍ରଦୀପ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ବିଜୟୀ ହୋଇପାରି ନ ଥିଲେ। ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ଅକାଳ ମୃତ୍ୟୁ ଯୋଗୁ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଶ୍ରୀ ଦାସ ଲବି କରି ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲେ। ତାଙ୍କୁ ଦଳ ପ୍ରାର୍ଥୀ କରି ନ ଥିବାରୁ ସେ ଦଳ ବିରୋଧୀ ଆଭିମୁଖ୍ୟ ଆପଣାଇ ବିଜେପି ପ୍ରାର୍ଥୀଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ବିଜେଡି ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।

- Advertisement -

 

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories