www.samajalive.in
Saturday, December 13, 2025
23.1 C
Bhubaneswar

ଧାତବ କ୍ଷେତ୍ରରେ ପୁଞ୍ଜିନିବେଶ ହେବ ୯୨,୭୧୩ କୋଟି, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପେଲେଟ୍‌, ଲୌହ, ଷ୍ଟିଲ, ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌, ରୋଲଡ୍‌ ଉତ୍ପାଦ ସହ ସ୍ଲାଗ୍‌ ଓ ଫ୍ଲାଏ ଆସ୍‌ ପରି ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ସିମେଣ୍ଟ ପରି ଲାଭକାରୀ ପଦାର୍ଥର ବି ନିର୍ମାଣ ପାଇଁ ଧାତବ କ୍ଷେତ୍ରରେ ୯୨,୭୧୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।  ମୁଖ୍ୟମନ୍ତ୍ରୀ ରାଜ୍ୟକୁ ଆସୁଥିବା ପୁଞ୍ଜିନିବେଶ ପ୍ରସ୍ତାବଗୁଡ଼ିକ ଉପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି।

ଆଜି ୨୪ତମ ଉଚ୍ଚସ୍ତରୀୟ ଅନୁମୋଦନ କର୍ତ୍ତୃପକ୍ଷ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଓଡ଼ିଶାର ଶିଳ୍ପ ଅର୍ଥନୀତି ଖୁବ୍‌ ଶୀଘ୍ର ପୁନର୍ଜୀବିତ ହୋଇଛି । ରାଜ୍ୟ ୨୦୨୦ ଫେବୃଆରୀ ମାସରୁ ଏ ଯାବତ୍‌ ୫୩ ହଜାର ବ୍ୟକ୍ତିଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ରହିଥିବା ୧.୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ କରିଛି । ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ଓଡ଼ିଶାର ସବୁ ଦକ୍ଷତା ବର୍ଗର ଲୋକମାନଙ୍କ ନିମନ୍ତେ ତାତ୍ପର୍ଯ୍ୟପୂର୍ଣ୍ଣ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ବର୍ତ୍ତମାନ ପ୍ରଚଳିତ ରାଜ୍ୟ ଶିଳ୍ପନୀତିର ଅବଧି ମଧ୍ୟରେ ଅନୁମୋଦିତ ଏହି ପୁଞ୍ଜିନିବେଶ ଏକକ ସର୍ବାଧିକ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିଳ୍ପାୟନର ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ରାଜ୍ୟରେ ନିଯୁକ୍ତି ସୃଷ୍ଟି କରିବା ଲକ୍ଷ୍ୟରେ ଦ୍ରୁତ ଶିଳ୍ପାୟନ ଲକ୍ଷ୍ୟ ହାସଲ ନିମନ୍ତେ ରାଜ୍ୟ ସରକାରଙ୍କ ସମସ୍ତ ସଂସ୍ଥାକୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ସେ ନିର୍ଦେଶ ଦେଇଛନ୍ତି । ସେ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଉପରୋକ୍ତ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ଉପରେ ସମୀକ୍ଷା କରିବା ସହ ତାଙ୍କୁ ନିୟମିତ ଭାବରେ ଅଗ୍ରଗତି ବାବଦରେ ଅବଗତ କରିବାକୁ କହିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ସୁଶାନ୍ତ ସିଂ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ, ଓଡ଼ିଶା ଶିଳ୍ପ ଉନ୍ନୟନ ନିଗମର ଅଧ୍ୟକ୍ଷ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସଚିବ (୫‘ଟି’) ଏହି ବୈଠକରେ ଉପସ୍ଥିତ ଥିଲେ ।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories