www.samajalive.in
Sunday, December 7, 2025
26.1 C
Bhubaneswar

କୋଭିଡ ଆରୋଗ୍ୟ ହାର ୯୨.୩୨ ପ୍ରତିଶତ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୨୦୭୭୩

ନୂଆଦିଲ୍ଲୀ : ଦେଶରେ କୋଭିଡ ଆରୋଗ୍ୟ ହାର ବୃଦ୍ଧି ପାଇ ୯୨.୩୨ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟା ଭିତରେ ଆଉ ୫୪ ହଜାର ୧୫୭ ଜଣ ସୁସ୍ଥ ହେବା ପରେ କୋଭିଡ୍‍ ଆରୋଗ୍ୟଙ୍କ ସଂଖ୍ୟା ୭୭ ଲକ୍ଷ ୬୫ ହଜାର ୯୬୬କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ୪୭ ହଜାର ୬୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ସଂଖ୍ୟା  ୮୪ ଲକ୍ଷ ୧୧ ହଜାର ୭୨୪କୁ ବୃଦ୍ଧି ପାଇଛି। ତେବେ ଆରୋଗ୍ୟ ହାର ବୃଦ୍ଧି ପାଉଥିବାରୁ ପ୍ରକୃତ ସଂକ୍ରମିତଙ୍କ ସଂଖ୍ୟା ମୋଟ୍‍ ସଂକ୍ରମଣର ମାତ୍ର ୬.୧୯ ପ୍ରତିଶତ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଦେଶରେ ଦିନକୁ ଦିନ ସକ୍ରିୟ ଚିକିତ୍ସାଧୀନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତକାଲି ତୁଳନାରେ ୭୧୮୯ ହ୍ରାସ ପାଇ ସକ୍ରିୟ ଚିକିତ୍ସାଧୀନଙ୍କ ସଂଖ୍ୟା ୫ ଲକ୍ଷ ୨୦ ହଜାର ୭୭୩ ରହିଛି। କେନ୍ଦ୍ର ସରକାର ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ଅଧିକ ପରୀକ୍ଷାଗାର ସ୍ଥାପନ ସହ କରୋନା ସଂକ୍ରମିତଙ୍କ ଚିକିତ୍ସା ଦିଗରେ ତ୍ୱରିତ ପଦକ୍ଷେପ ନେଉଥିବାରୁ ମୃତ୍ୟୁହାର ମଧ୍ୟ ହ୍ରାସ ପାଉଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୬୭୦ ଜଣଙ୍କ ମୃତ୍ୟୁ ହେବା ପରେ ମୋଟ୍‍ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୪ ହଜାର ୯୮୫ ଛୁଇଁଛି।

- Advertisement -

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ମହାରାଷ୍ଟ୍ରରେ ସର୍ବାଧିକ ୨୧ ପ୍ରତିଶତ ସକ୍ରିୟ ସଂକ୍ରମିତ ରହିଥିବାବେଳେ କେରଳରେ ୧୬, ଦିଲ୍ଲୀରେ ୭.୮, ପଶ୍ଚିମବଙ୍ଗରେ ୬.୮୭ ଏବଂ କର୍ଣ୍ଣାଟକରେ ୬.୭୬ ପ୍ରତିଶତ ରହିଛି। ମନ୍ତ୍ରଣାଳୟ କହିଛି, କରୋନା ସଂକ୍ରମଣ ନିୟନ୍ତ୍ରଣ ଦିଗରେ ଦେଶର ପରୀକ୍ଷାଗାର ଗୁଡ଼ିକର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୨୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା ହୋଇଥିବାବେଳେ ଆଜି ସୁଦ୍ଧା ୧୧ କୋଟି ୫୪ ଲକ୍ଷ ନମୁନା ପରୀକ୍ଷା ହୋଇଥିବା ମନ୍ତ୍ରଣାଳୟ ସୂଚନା ଦେଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories