www.samajalive.in
Sunday, December 7, 2025
13.1 C
Bhubaneswar

ରାଉରକେଲା ମହାନଗର ନିଗମ ପକ୍ଷରୁ ‘ଶନିବାର ସ୍ୱଚ୍ଛାଗ୍ରହ ‘ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା :  ଆଜି ସ୍ଥାନୀୟ ଛେଣ୍ଡ କଲୋନୀ ସ୍ଥିତ ଭି. ଏସ.ଏସ. ମାର୍କେଟରେ ରାଉରକେଲା ମହାନଗର ନିଗମ ପକ୍ଷରୁ ‘ଶନିବାର ସ୍ୱଚ୍ଛାଗ୍ରହ’ ନାମରେ ଏକ କ୍ୟାମ୍ପେନ ଆରମ୍ଭ ହୋଇଛି। ସ୍ୱଚ୍ଛ ସର୍ବେକ୍ଷଣ ଅନ୍ତର୍ଗତ ସ୍ଵଛ ବଜାର କାର୍ଯ୍ୟକ୍ରମ ଆଧାରରେ ଏହି କ୍ୟାମ୍ପେନ ଆରମ୍ଭ କରିଛି ମହାନଗର ନିଗମ। ସ୍ୱଚ୍ଛତା ଓ ସ୍ୱଚ୍ଛ ସର୍ବେକ୍ଷଣ – ୨୦୨୧ ସମ୍ପର୍କରେ ବ୍ୟାପକ ଜନ ସଚେତନତା ସୃଷ୍ଟି ଓ ବଜାର ଅଂଚଳରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏବେ ପ୍ରତି ଶନିବାର ଦିନ କାର୍ୟ୍ୟାଳୟ ବନ୍ଦ ରହୁଥିବାରୁ ସେହିଦିନ ନିଗମର ଅଧିକାରୀ ତଥା କର୍ମଚାରୀ ମାନେ ନିଜେ ସକାଳୁ ସକାଳୁ ଶ୍ରମଦାନ କରି ବଜାର ଅଂଚଳରେ ସଫେଇ କରିବା ସାଙ୍ଗକୁ ସ୍ୱଚ୍ଛତା ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବେ ବୋଲି ଜଣାପଡିଛି।
ବିଶେଷ କରି ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବର୍ଜନ, ଓଦା ଓ ଶୁଖିଲା ଆବର୍ଜନାକୁ ଅଲଗା ଅଲଗା କରି ଦୁଇଟି ଡ଼ଷ୍ଟବିନରେ ରଖିବା, ନିଜ ଅଂଚଳକୁ ପରିଷ୍କାର ପରିଚ୍ଛନ୍ନ ରଖିବା, ଅଳିଆ ଆବର୍ଜନା ଇତ୍ୟାଦି ବାହାରେ ନ ପକାଇ ସଫେଇ କର୍ମଚାରୀ ଙ୍କୁ ହିଁ ପ୍ରଦାନ କରିବା, ସ୍ଵଛ ସର୍ବେକ୍ଷଣ – ୨୦୨୧ ରେ ଅଂଶଗ୍ରହଣ କରି ନିଜ ସ୍ମାର୍ଟ ଫୋନରେ ସ୍ୱଚ୍ଛତା ଆପ ଡାଉନଲୋଡ କରି ସ୍ୱଚ୍ଛତା ସମ୍ପର୍କିତ ସମସ୍ୟାର ସମାଧାନ ନିମନ୍ତେ ଜଣାଇବା ଇତ୍ୟାଦି ସମ୍ପର୍କରେ ଜନ ସାଧାରଣଙ୍କୁ ସଚେତନ କରାଇବା ଏହି କାର୍ୟ୍ୟକ୍ରମର ମୂଳ ଲକ୍ଷ୍ୟ।
ଆଜି ସକାଳୁ ସକାଳୁ ରାଉରକେଲା ମହାନଗର ନିଗମର ଉପାୟୁକ୍ତ ସୁଧାଂଶୁ କୁମାର ଭୋଇଙ୍କ ନେତୃତ୍ୱରେ ନିଗମର ବହୁ ଅଧିକାରୀ ତଥା କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ପ୍ରଥମେ ଭି.ଏସ.ଏସ ମାର୍କେଟରେ ଝାଡୁ ମାରି ସଫା କରିବା ସହ ମାର୍କେଟ ଭିତରେ ଥିବା ପାର୍କକୁ ପରିଷ୍କାର କରିଥିଲେ। ପରେ ଦୋକାନ ଦୋକାନ ବୁଲି ଲୋକଙ୍କୁ ଲିଫଲେଟ ବଣ୍ଟନ କରି ସ୍ଵଚ୍ଛତା ସମ୍ପର୍କରେ ବୁଝାଇବା ସହ ସଚେତନତା ଧର୍ମୀ ପୋଷ୍ଟର ମାରିଥିଲେ। ଆଗାମୀ ଦିନରେ ନିଗମ ପକ୍ଷରୁ ଏଭଳି ଅନେକ କାର୍ୟ୍ୟକ୍ରମ ହାତକୁ ନିଆଯିବ ବୋଲି ଜଣାପଡିଛି। ନିଗମର ଏଭଳି ପ୍ରୟାସକୁ ସ୍ଥାନୀୟ ଅଧିବାସୀ ତଥା ବ୍ୟବସାୟୀ ମାନେ ସ୍ୱାଗତ କରିବା ସହ ସେମାନେ ଏଥର ନିଜ ବଜାରକୁ ଅଧିକ ସ୍ୱଚ୍ଛ ରଖିବା ଲାଗି ପଦକ୍ଷେପ ନେବେ ବୋଲି କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories