www.samajalive.in
Saturday, December 13, 2025
23.1 C
Bhubaneswar

ବର୍ଷକୁ ମିଳିବ ଶହେ ମିଲିଅନ ୟୁନିଟ ବିଜୁଳି, ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ ଜିଲା ଖଣିଜ ପାଣ୍ଠି

ଭୁବନେଶ୍ବର: ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବୈତରଣୀ ନଦୀ ଉପରେ ନିର୍ମିତ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ହାଇଦ୍ରାବାଦସ୍ଥିତ ବୈତରଣୀ ପାୱାର ପ୍ରୋଜେକ୍ଟ ପ୍ରାଇଭେଟ ଲିମିଟେଡ ଦ୍ବାରା ସ୍ଥାପନ କରାଯାଇଛି। ଏଥିରୁ ରାଜ୍ୟ ଗ୍ରୀଡ ବର୍ଷକୁ ୧୦୦ ମିଲିଅନ ୟୁନିଟ ବିଜୁଳି ପାଇପାରିବ। ଏହାଦ୍ବାରା ଆନନ୍ଦପୁର ଅଞ୍ଚଳର ଲୋକମାନେ ଉନ୍ନତମାନର ବିଜୁଳି ସୁବିଧା ପାଇପାରିବେ।
କେନ୍ଦୁଝର ଜିଲ୍ଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି। କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍‌ପିଟାଲ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜିଲାର ସବୁ ରାସ୍ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ମେଗା ପିଇବା ପାଣି ପ୍ରକଳ୍ପରେ ଜିଲାର ସବୁ ଘର ଗାଁ ଓ ସହର ସବୁ ଅଞ୍ଚଳରେ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଚାଲିଛି। ଜିଲା ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କ ଟଙ୍କା। ଏହାର ସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ।

- Advertisement -

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋୟର ବୈତରଣୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ହେଉଛି ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ । ଏହା ପରିବେଶ ଅନୁକୂଳ ଏବଂ ଏହି ପ୍ରକଳ୍ପରେ କେହି ଜଣେ ବି ବିସ୍ଥାପିତ ହୋଇନଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଏବଂ ଏହିଭଳି ଅନେକ ଛୋଟ ଛୋଟ ଶକ୍ତି ପ୍ରକଳ୍ପ ଦ୍ବାରା ଓଡିଶା ପରିବେଶ ପରିବର୍ତ୍ତନ ଆହ୍ବାନକୁ ଠିକ୍‌ ଭାବରେ ମୁକାବିଲା କରିପାରିବ।
ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ କହିଥିଲେ ଯେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ଦ୍ବାରା ଅକ୍ଷୟ ଶକ୍ତି କ୍ଷେତ୍ରରେ ରାଜ୍ୟର କ୍ଷମତା ବଢିଛି। ଏହାଦ୍ବାରା କେନ୍ଦୁଝର ଓ ସାରା ଓଡିଶାବାସୀ ଉପକୃତ ହେବେ । ଭବାନୀପାଟଣାରେ ଉପସ୍ଥିତ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଥିଲେ ଯେ ଗ୍ରୀଡକୁ ଶକ୍ତି ଯୋଗାଇବାରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହି ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବଳିଷ୍ଠ ନେତୃତ୍ବକୁ ପ୍ରଶଂସା କରିଥିଲେ।
ଏହି ଅବସରରେ କେନ୍ଦୁଝରରେ ଉପସ୍ଥିତ କେନ୍ଦୁଝର ସାଂସଦ, ଘାସିପୁରା ବିଧାୟକ ଏବଂ ଆନନ୍ଦପୁର ବିଧାୟକ ପ୍ରମୁଖ ସେମାନଙ୍କର ବକ୍ତବ୍ୟ ରଖିଥିଲେ। ଲୋୟର ବୈତରଣୀ ପାୱାର ପ୍ରକଳ୍ପର ପରିଚାଳନା ନିର୍ଦ୍ଦେଶକ ପ୍ରକଳ୍ପ ସମ୍ବନ୍ଧରେ ଆଲୋକପାତ କରିଥିଲେ। ଏହି ଅବସରରେ କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶକ୍ତି ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦୁଝର ଜିଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

Hot this week

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

ଲକ୍ଷ୍ମୀଙ୍କ କୃପାରୁ ବିଛା ରାଶିରେ ହେବ ପ୍ରଚୁର ଧନ ବର୍ଷା; ନୂତନ ବର୍ଷରେ ବଦଳିବ ଭାଗ୍ୟ, ସତର୍କ ରୁହନ୍ତୁ

ସମାଜ ଡିଜିଟାଲ ଡେସ୍କ: ଦ୍ରିକ୍‌ ପଞ୍ଚାଙ୍ଗ ଅନୁସାରେ ୨୦୨୬ରେ ମଙ୍ଗଳ ବିଛା...

ସମ୍ପାଦକୀୟ : ରାତ୍ରି ଆଶ୍ରୟସ୍ଥଳୀ

ଏକ ମୌଳିକ ଆବଶ୍ୟକତା ଚଳିତ ବର୍ଷର ହାଡ଼ଭଙ୍ଗା ଶୀତ ପୁଣି ଥରେ ଓଡ଼ିଶାର...

Related Articles

Popular Categories