www.samajalive.in
Sunday, December 7, 2025
14.1 C
Bhubaneswar

ଆଉ ୧୨୧୯ ନୂଆ ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୨,୭୯୩

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୧ ହଜାର ୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୦୮ ଓ ସ୍ଥାନୀୟ ଅଞ୍ଚଳରୁ ୫୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩, ୦୨,୭୯୩ରେ ପହଞ୍ଚିଛି। ଏହାସହ ୨,୮୮,୧୬୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩,୧୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି।

ରାଜ୍ୟର ୩୦ ଜିଲା ଓ ଷ୍ଟେଟ ପୁଲରୁ ଏହି  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୋମବାର ଖୋର୍ଦ୍ଧାରୁ ୯୨ ଓ କଟକରୁ ୧୦୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୭୮, ବାଲେଶ୍ୱର ୧୦୭, ବରଗଡ ୩୯, ଭଦ୍ରକ ୨୨, ବଲାଙ୍ଗୀର ୪୬, ବୌଦ୍ଧ ୫, ଦେଓଗଡ ୯, ଢେଙ୍କାନାଳ ୩୦, ଗଜପତି ୯, ଗଞ୍ଜାମ ୧୫, ଗଜତସିଂହପୁର ୫୩, ଯାଜପୁର ୩୨, ଝାରସୁଗୁଡ଼ା ୩୬, କଳାହାଣ୍ଡି ୩୮, କନ୍ଧମାଳ ୧୦, କେନ୍ଦ୍ରାପଡ଼ା ୫୦, କେନ୍ଦୁଝର ୪୦, କୋରାପୁଟ ୨୮, ମାଲାକାନଗିରି ୫, ମୟୁରଭଞ୍ଜ ୮୩, ନବରଙ୍ଗପୁର ୧୩, ନୟାଗଡ ୨୩, ନୂଆପଡ଼ା ୩୧, ପୁରୀ ୩୪, ରାୟଗଡ଼ା ୭, ସମ୍ବଲପୁର ୩୨, ସୋନପୁର ୨୦, ସୁନ୍ଦରଗଡ ୧୦୭, ଷ୍ଟେଟ ପୁଲରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories