www.samajalive.in
Friday, December 12, 2025
15.1 C
Bhubaneswar

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଚାଲିଗଲା ୭ ଜୀବନ

ସତନା : ମଧ୍ୟପ୍ରଦେଶର ସତନା ଜିଲାର ପ୍ରାୟ ୨୦ କିଲୋମିଟର ଦୂର ସ୍ଥିତ ନାଗୌଦ ଥାନା ଅନ୍ତର୍ଗତ ରେରୁଆ ଅଞ୍ଚଳରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଏକ ଡମ୍ଫର ସହ ଅନ୍ୟ ଏକ କାର ସହ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କାରରେ ଥିବା ଗୋଟିଏ ପରିବାରର ୩ ମହିଳା, ଜଣେ ଶିଶୁ ସମେତ ସାତ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି।
ସୂଚନା ଯୋଗ୍ୟ, ମୃତକ ମାନେ ଗୋଟିଏ ପରିବାରର ବୋଲି ପୁଲିସର ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି।
ସମସ୍ତେ ରିବାର ଅଞ୍ଚଳର। ଉକ୍ତ ମୃତାହତ ମାନେ ଏକ ଶୋକସଭା କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଡ଼ମ୍ଫର ସହ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ପୁଲିସ ଓ ସ୍ଥାନୀୟ ଲୋକେ ସଭିଁଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ୬ ଜଣଙ୍କର ଘଟଣାସ୍ଥଳରେ ଓ ଅନ୍ୟ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଅନ୍ୟ ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। କାରଟିରେ ପ୍ରାୟ ୧୨ ଜଣ ଲୋକେ ଥିଲେ।
ଏହି ସଡକ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories